ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ

ଲହୁଣୀପଡ଼ା,୧୯।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ମହୁଲପଦା ଥାନା ଅଧୀନ ମରଚିଢିହି ଗ୍ରାମରେ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ଏହାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ମୃତଦେହକୁ ଜଙ୍ଗଲର ଏକ ଗଛରେ ଟାଙ୍ଗି ଦେଇଥିଲେ ଅଭିଯୁକ୍ତ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଣାଇ ଉପଖଣ୍ଡ ଡାକ୍ତରଖାନାକୁ ପଠାଇଥିଲା। ଏହା ସହିତ ଅଭିଯୁକ୍ତ ଯୁବକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।

ମିଳିଥିବା ସୂଚନା ମୁତାବକ, ମରିଚିଡିହି ଗ୍ରାମର ତୋଳା ନାଏକ ଓ ବାବୁଲି ଗିରି ଉଭୟେ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ଜଙ୍ଗଲରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ବାବୁଲି ପଥରରେ ଛେଚି ତୋଳାଙ୍କୁ ହତ୍ୟା କରିଥିଲେ। ଏହାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ଜଙ୍ଗଲରେ ଏକ ଗଛରେ ମୃତଦେହ ଟାଙ୍ଗି ଦେଇଥିଲେ। ସନ୍ଧ୍ୟାରେ ବାବୁଲି ଗ୍ରାମକୁ ଆସିଥିଲେ। ସେ ଗ୍ରାମବାସୀଙ୍କୁ କହିଥିଲେ, ଜଙ୍ଗଲରେ ଏକ ଗଛରେ ତୋଳାଙ୍କ ମୃତଦେହ ଝୁଲୁଛି। କିନ୍ତୁ ଗ୍ରାମବାସୀ ସନ୍ଦେହ କରିଥିଲେ। ଦୁଇଜଣ ସାଙ୍ଗ ହୋଇ ଯାଇଥିଲେ। ଏପରି ଘଟଣା କେମିତି ହେଲା ସନ୍ଦେହ କରି ପୋଲିସକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ବାବୁଲି ପୋଲିସ ଆଗରେ ତୋଳାଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ସ୍ବୀକାର କରିଥିଲା। ପରେ ମହୁଲପଦା ପୋଲିସ ଅଭିଯୁକ୍ତ ବାବୁଲିଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri