ଯୁବଶକ୍ତି ଶତପ୍ରତିଶତ ଆତ୍ମନିର୍ଭର ହେବେ: ଧର୍ମେନ୍ଦ୍ର

ଅନୁଗୋଳ,୫ା୩(ଅମିତ କୁମାର ସାମଲ):ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ପ୍ରତିଷ୍ଠା ହୋଇଥିବା ସ୍କିଲ ଇଣ୍ଡିଆ ସେଣ୍ଟର(ଏସ୍‌ଆଇସି) ଜିଲାର ଯୁବଶକ୍ତିଙ୍କୁ ଶତପ୍ରତିଶତ ରୋଜଗାର ଦେଇ ଆତ୍ମନିର୍ଭର କରାଇବ। ସୋମବାର ଏହି ସେଣ୍ଟରର ଲୋକାର୍ପଣ ସହ ଅନ୍ୟାନ୍ୟ ପ୍ରକଳ୍ପର ଉଦ୍‌ଘାଟନ କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅନ୍ୟମାନଙ୍କ ମଧ୍ୟରେ ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତ, ଉପାଧ୍ୟକ୍ଷା ଅନୁପମା ସାହୁ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ, ଭକ୍ତି ପ୍ରସାଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଲେ, ଯୁବପିଢ଼ିଙ୍କୁ କୁଶଳୀ କରିବା ଲକ୍ଷ୍ୟରେ ଭାରତ ସରକାରଙ୍କ ସ୍କିଲ ଇଣ୍ଡିଆ ଏବଂ ଏନ୍‌ଏସ୍‌ଡିସିର ମିଳିତ ଆନୁକୂଲ୍ୟରେ ଅତ୍ୟାଧୁନିକ ସ୍କିଲ ଇଣ୍ଡିଆ ସେଣ୍ଟର ଅମଲାପଡାଠାରେ ସ୍ଥାପିତ ହୋଇଛି। ଆଇଟିଆଇ, ଡିପ୍ଲୋମା, ସ୍ନାତକ ଡିଗ୍ରୀ ପାଇଥିବା ଜିଲାର ଯୁବଶକ୍ତିଙ୍କ ଦକ୍ଷତା ବଢ଼ାଇବା ଦିଗରେ ଏହା ସହାୟକ ହେବ। ଏହି ସେଣ୍ଟରରେ ସ୍ବଳ୍ପ ମୂଲ୍ୟରେ ଆଧୁନିକ ଦୁନିଆର କାର୍ଯ୍ୟ ପାଇଁ ତାଲିମ ଦିଆଯିବ। ପ୍ରତିବର୍ଷ ୧୨ଶହରୁ ଊର୍ଦ୍ଧ୍ୱ ଯୁବତୀ ଯୁବକ ପ୍ରଶିକ୍ଷଣ ନେଇ ଭବିଷ୍ୟତରେ ଶତପ୍ରତିଶତ ରୋଜଗାର ପାଇବେ। ସମ୍ବଲପୁର, ଢେଙ୍କାନାଳ ଓ ଦେବଗଡ଼ ପରେ ଅନୁଗୋଳରେ କ୍ରମାଗତ ଭାବରେ ପ୍ରତିଷ୍ଠିତ ଏହି ସ୍କିଲ ସେଣ୍ଟରରେ ମୋଟ ୫ଟି ଆଧୁନିକ ଲ୍ୟାବ ଏବଂ ପ୍ରଶିକ୍ଷଣ ନିମନ୍ତେ ୩ଟି ଟ୍ରେନିଂ ହଲ ଅଛି। ସ୍ବଳ୍ପ ମୂଲ୍ୟରେ ୩ ମାସରେ ୮ଟି ବିଷୟ ଉପରେ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ସ୍କିଲ ଇଣ୍ଡିଆ ମିଶନ ଅଧୀନରେ ନ୍ୟୁ ଏଜ ସ୍କିଲ୍ସ, ଗ୍ରାଫିକ୍ସ ଡିଜାଇନ, ପ୍ରଯୁକ୍ତିବିଦ୍ୟା ଓ ପ୍ରଯୁକ୍ତିସେବା ଫୁଡ ଆଣ୍ଡ ବେଭରେଜ ସର୍ଭିସେସ ଭଳି ବିବିଧ କ୍ଷେତ୍ରରେ ଇଚ୍ଛୁକ ଯୁବତୀ ଯୁବକଙ୍କୁ ଏହି କେନ୍ଦ୍ରରେ ତାଲିମ ଦିଆଯିବ।
ଏହି ଗସ୍ତକାଳରେ ପ୍ରଧାନ ଅନୁଗୋଳର ରାଣିଗୋଡ଼ାରେ କେନ୍ଦ୍ରୀୟ ବିଦ୍ୟାଳୟ-୨ର ନୂତନ ଭବନ ସହ ଶିମିଳିପଡାଠାରେ ଜନ ଶିକ୍ଷଣ ସଂସ୍ଥାନ (ଜେଏସ୍‌ଏସ୍‌)ର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ କହିଥିଲେ, ଅନୁଗୋଳରେ ଉଦ୍‌ଘାଟିତ କେନ୍ଦ୍ରୀୟ ବିଦ୍ୟାଳୟ-୨ର ନୂତନ ଭବନ ସ୍ଥାନୀୟ ଅଞ୍ଚଳରେ ଗୁଣାତ୍ମକ ଶିକ୍ଷାର ଆବଶ୍ୟକତାକୁ ପୂରଣ କରିବା ସହ ଶିକ୍ଷାର ନୂଆ ପରିଭାଷା ତିଆରି କରିବ। ସେହିପରି ସମାଜର ଅନ୍ତିମ ଶ୍ରେଣୀରେ ଥିବା ଲୋକମାନଙ୍କର ଦକ୍ଷତା ବଢ଼ାଇବା ପାଇଁ ଜନ ଶିକ୍ଷଣ ସଂସ୍ଥାନ ସ୍ଥାପନା ହୋଇଛି। ଶିମିଳିପଡା ଠାରେ ନବକଳେବର ହୋଇଥିବା ଜନ ଶିକ୍ଷଣ ସଂସ୍ଥାନ ଦ୍ୱାରା ମହିଳାମାନଙ୍କ ଦକ୍ଷତା ବୃଦ୍ଧି ପାଇବ। ସେମାନେ ତାଲିମ ପାଇ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଆରମ୍ଭ ହୋଇଥିବା ଲକ୍ଷପତି ଦିଦି ହେବାର ସପ୍ନ ପୂରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?