ପାହାଡ ଉପରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଗୁଣପୁର,୮l୧୦(ପ୍ରଦୀପ କୁମାର ପାଢୀ): ରାୟଗଡା ଜିଲା ରାମନାଗୁଡା ବ୍ଲକ ଗୋଗୁପାଡୁ ପଞ୍ଚାୟତର ସିକଲା ଗ୍ରାମ ନିକଟସ୍ଥ ଓଣ୍ଡରୁବାଙ୍ଗ ପାହାଡ ଉପରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସମ୍ପୃକ୍ତ ଯୁବକଙ୍କ ଶରୀରରେ ଗୁଳି ବାଜିଥିବା ଜଣାପଡ଼ିଛି। ତେବେ ଗୁଳି କିଏ ମାରିଛି ଓ କେତେବେଳେ ଘଟଣା ଘଟିଛି ସେନେଇ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।
ଅନ୍ୟପକ୍ଷେ ଗ୍ରାମବାସୀମାନେ ଘଟଣା ସମ୍ପର୍କରେ ଜଣାଇବାକୁ ପାର୍ବତୀପୁର ପୋଲିସ ନିକଟକୁ ଯିବାରୁ ସେମାନେ ଏହି ଘଟଣା ଓଡିଶାର ବୋଲି କହି ପଠାଇ ଦେଇଥିବା ଜଣାପଡିଛି। ଏହାପରେ ରାମନାଗୁଡା ପୋଲିସକୁ ସୂଚନା ଦେଇ ମୃତଦେହକୁ ନେଇ ଗ୍ରାମବାସୀମାନେ ବ୍ୟବଚ୍ଛେଦ ପାଇଁ ଗୁଣପୁର ପହଁଞ୍ଚିଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ପାବଲା ପାରେୟା ଓ ଘର ବିଜୟ ନଗର ଜିଲା ଓଣ୍ଡରୁବାଙ୍ଗରେ ବୋଲି ତାଙ୍କ ଆଧାର କାର୍ଡରୁ ଜଣାଯାଇଛି। ଆନ୍ଧ୍ର ବ୍ୟକ୍ତିଙ୍କୁ ପାହାଡ ଉପରେ କିଏ ଗୁଳି କଲା ତାହା ଏବେ ଅସ୍ପଷ୍ଟ ରହିଛି। ଏହି ଘଟଣାର ଅଧିକ ଅନୁସନ୍ଧାନ ଆରମ୍ଭ ହୋଇଛି। ସାଇଣ୍ଟିଫିକ ଟିମ ମଧ୍ୟ କିଛି ସମୟରେ ଘଟଣାସ୍ଥଳରେ ପହଞ୍ଚିବେ ବୋଲି ରାମନାଗୁଡା ଆଇଆଇସି ସୁନିତା ବେହେରା କହିଛନ୍ତି।

 

Dharitri – Odisha’s Leading and Most Trusted Odia Newspaper

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri