ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି । ଗୁରୁବାର ସକାଳ ପ୍ରାୟ ୮ ଟାରେ ଜଣେ ୩୫ ବର୍ଷୀୟ ଯୁବକଙ୍କ ଗଳିତ ମୃତଦେହ ପୋଲିସ ଉଦ୍ଧାର କରିଛି । ତେବେ ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳିପାରିନାହିଁ । ଗତ ପ୍ରାୟ ୩ ଦିନ ହେଲା ମୃତଦେହଟି ପଡ଼ିଥିବା ନେଇ କିଛି ଛେଳି ଚରାଳି  ଜାଣିଥିଲେ ମଧ୍ୟ ଭୟଭୀତ ହୋଇ କାହାରିକୁ ଜଣାଇନଥିଲେ ।

ଗୁରୁବାର ସକାଳେ କୋଟିନଡ଼ା ଗ୍ରାମର ସାମାଜିକ କର୍ମୀ ଉମାକାନ୍ତ ବିଷୋୟୀ ଏନେଇ ପୋଲିସକୁ ସୂଚନା ଦେବା ସହ ଲିଖିତ ଏତଲା ଦେଇଥିଲେ । ଏହାପରେ ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଥାନା ଅପମୃତ୍ୟୁ ମାମଲା ୧/୨୬ ଅନୁଯାୟୀ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି । ଯୁବକଙ୍କ ପେଟର ଅନ୍ତ ବୁଜୁଳା ବାହାରି ପଡ଼ିଥିବାରୁ ତାଙ୍କୁ ହତ୍ୟା କରାଯିବା ପରେ ମୃତଦେହକୁ ଫୋପାଡି ଦିଆଯାଇଥିବା ସମ୍ପୃକ୍ତ ଅଞ୍ଚଳରେ ଲୋକେ ସନ୍ଦେହ କରିଛନ୍ତି । ଯୁବକ ଜଣକ ଧୂସର ରଙ୍ଗର ପ୍ୟାଣ୍ଟ ଏବଂ ଧଳା ନାଲି କଲର ଫୁଲ ଚେକ୍ ସାର୍ଟ ପିନ୍ଧିଥିବା ଜଣାପଡ଼ିଛି ।

ମୁଣ୍ଡର କିଛି ଅଂଶ ଓ ଶରୀରର ବିଭିନ୍ନ ଅଂଶକୁ ବନ୍ୟଜନ୍ତୁ ଖାଇ ଦେଇଛନ୍ତି । ମୃତଦେହଟି ପ୍ରାୟ ୧୦ ଦିନ ପୂର୍ବର ହୋଇଥିବା ଅନୁମାନ କରାଯାଉଛି। ମୃତ ଯୁବକ ଜଣକ କୋଟିନଡ଼ା ଗ୍ରାମ କିମ୍ବା ଆଖପାଖ ଅଞ୍ଚଳର ହୋଇନଥିବାରୁ ତାଙ୍କ ପରିଚୟ ଜଣାପଡିନାହିଁ । ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଦିଗପହଣ୍ଡି ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?