ଚୂନଘାଟି ଜଙ୍ଗଲରେ ପଡ଼ିଛି ଯୁବକଙ୍କ ଦରପୋଡ଼ା ମୃତଦେହ, ପରିଚୟ ମିଳିବା ପରେ ପୋଲିସ… 

ବାଲିଗୁଡା, ୮।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ଚକାପାଦ ବ୍ଲକର ଲାଇନପଡ଼ା-ପସରା ଗ୍ରାମ ରାସ୍ତାରେ ଥିବା ଚୂନଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଦରପୋଡ଼ା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଖଜୁରୀପଡ଼ା ଥାନା ଆର୍‌.ନୂଆଗାଁ ପଞ୍ଚାୟତ ଖଲିବେରଣା ଗ୍ରାମର ଦୁର୍ଯ୍ୟୋଧନ ବଗର୍ତ୍ତୀ (୩୫)। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି।
ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ରବିବାର ଦିନ ଦୁର୍ଯ୍ୟୋଧନ ଚିକେନ ଖାଇବା ପାଇଁ ତାଙ୍କ ବାପା ଦାଶରଥି ବଗର୍ତ୍ତୀଙ୍କୁ ଟଙ୍କା ମାଗିଥିଲେ। ବାପାଙ୍କ ପାଖରେ ଟଙ୍କା ନ ଥିବାରୁ ସେ କିଛି ଧାନ ବିକି ଚିକେନ କିଣିବାକୁ ପରାମର୍ଶ ଦେଇଥିଲେ। ଧାନ ବିକ୍ରି କରି ଚିକେନ ଆଣି ଖାଇବା ପରେ ସେହିଦିନ ସାରେ ଦୁର୍ଯ୍ୟୋଧନ ଘରୁ ବାହାରକୁ ଯାଇଥିଲେ, ମାତ୍ର ଆଉ ଫେରି ନ ଥିଲେ। ଦୁଇ ଦିନ ଧରି ଖୋଜାଖୋଜି କରିବା ପରେ ମଧ୍ୟ ଦୁର୍ଯ୍ୟୋଧନଙ୍କ କୌଣସି ପତ୍ତା ନ ମିଳିବାରୁ ପରିବାର ପକ୍ଷରୁ ଖଜୁରୀପଡ଼ା ଥାନାରେ ଏତଲା ଦିଆଯାଇଥିଲା। ବୁଧବାର ସକାଳେ ଚୂନଘାଟି ଜଙ୍ଗଲରେ ଏକ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ଟିକାବାଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦୁର୍ଯ୍ୟୋଧନଙ୍କର ବୋଲି ଚିହ୍ନଟ କରିଥିଲା। ମୃତକଙ୍କ ବାପାଙ୍କ ଲିଖିତ ଅଭିଯୋଗ ଆଧାରରେ ଟିକାବାଲି ପୋଲିସ କେସ ନଂ ୦୫/୨୫ପ୍ରକାରେ ଏକ ମାମଲା ରୁଜୁ କରିଛି। ଘଟଣାର ଗୁରୁତ୍ୱ ଦୃଷ୍ଟିରୁ ବୌଦ୍ଧରୁ ଏକ ସାଇଣ୍ଟିଫିକ ଟିମ ଆସି ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରିବା ସହ ଛାନଭିନ ଆରମ୍ଭ କରିଛି।
ଟିକାବାଲି ଥାନା ଅଧିକାରୀଣୀ ପ୍ରଜ୍ଞା ରିତାମ୍ବର କରଙ୍କ ସୂଚନା ଅନୁଯାୟୀ ମୃତଦେହ ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଏହି ମାମଲାରେ କିଛି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି। ଖୁବଶୀଘ୍ର ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ହେବ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ପୋଲିସର ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ ଜଣାପଡ଼ୁଥିଲେ ମଧ୍ୟ ହତ୍ୟାର ପ୍ରକୃତ କାରଣ ଏବେ ବି ଅସ୍ପଷ୍ଟ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri