ହାତ ବନ୍ଧା ଅବସ୍ଥାରେ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ: ବଢିଲା ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା,୨।୬: କେନ୍ଦ୍ରପଡ଼ା ଜିଲା ସଦର ଥାନା ଅଧୀନ କଜଳା ରୋଡ ରେଳ ଧାରଣା କଡ଼ ଏକ ଗଛରୁ ଜଣେ ଯୁବକଙ୍କ ହାତବନ୍ଧା ଅବସ୍ଥାରେ ଝୁଲନ୍ତା ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି।

ଅନ୍ୟପକ୍ଷେ ଯୁବକଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ସନ୍ଦେହ ପ୍ରକଟ କରିଛନ୍ତି। ଏପରିକି ଯୁବକଙ୍କୁ କେହି ହତ୍ୟା କରି ଗଛରେ ଟାଙ୍ଗି ଦେଇଯାଇଥିବା ଅଭିଯୋଗ ହୋଇଛି।

ପାରିବାରିକ କଳହ ଥିଲା, ହେଲେ କେହି ତାଙ୍କୁ ହତ୍ୟା କରିଥାଇ ପାରନ୍ତି ବୋଲି ସ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏଭଳିସ୍ଥିତିରେ ଯୁବକଙ୍କ ମୃତ୍ୟୁକୁ ନେଇ ସନ୍ଦେହ ଆହୁରି ଘନିଭୂତ ହେବାରେ ଲାଗିଛି। ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

Share