ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ ନେଇ ଭଞ୍ଜନଗର ବ୍ଲକ ପ୍ରଶାସନ ଖୁସିବ୍ୟକ୍ତ କରିଛନ୍ତି। ବିଡିଓ ଭାରତୀ ଦେବୀ, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ ମା ଅମ୍ବିକା ଏସ୍‌ଏଚ୍‌ଜି ଗ୍ରୁପର ସମସ୍ତ ସଭ୍ୟାଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ସଫଳତା ପାଇଁ ଶୁଭକାମନା ଜଣାଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟର ସ୍ବୟଂ ସହାୟିକା ଗୋଷ୍ଠୀଗୁଡ଼ିକ ମଧ୍ୟରେ ଉତ୍ସାହ ଭରିବା ସହ ପାରମ୍ପରିକ ଖାଦ୍ୟ ଉପରେ ଅଧିକ ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ବ୍ଲକ ସ୍ତରରେ ପ୍ରଥମେ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ହୋଇଥିଲା। ଏହିଭଳି ଭଞ୍ଜନଗର ବ୍ଲକରେ ଗତ ମାସ ୧୬ ତାରିଖରେ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ହୋଇଥିଲା। ଏଥିରେ ମା’ ଅମ୍ବିକା ଗ୍ରୁପ ପ୍ରଥମ ହୋଇଥିଲା। କିଛିଦିନ ପୂର୍ବେ ଅନୁଷ୍ଠିତ ଜିଲାସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ଉକ୍ତ ଗ୍ରୁପ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଚୟନ ହୋଇଛି। ଆସନ୍ତା ୨୦ ତାରିଖରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ହେବ। ଏହା ପୂର୍ବରୁ ସମସ୍ତ କର୍ମକର୍ତ୍ତାଙ୍କୁ ତାଲିମ ଦିଆଯିବ। ପାରମ୍ପରିକ ଖାଦ୍ୟ ପ୍ରତି ଆଜିର ଯୁବପିଢ଼ିଙ୍କ ଆଗ୍ରହ କମିଯାଉଛି। ପାରମ୍ପରିକ ଖାଦ୍ୟ ସ୍ବାସ୍ଥ୍ୟପକ୍ଷେ ହିତକାରକ। ତେଣୁ ସରକାର ଉକ୍ତ ଖାଦ୍ୟର ଆବଶ୍ୟକତା ସମ୍ପର୍କରେ ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଏହି ପ୍ରତିଯୋଗିତା ଆୟୋଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri