୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌

ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍‌ ଲାଇଭ୍‌ କ୍ଲାସ୍‌ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ ଏହି କ୍ଲାସ୍‌ ହେବ। ଏଥିପାଇଁ କ୍ଲାସ୍‌ରୁମ୍‌ ପ୍ରସ୍ତୁତ ରଖିବା ପାଇଁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ବୁଧବାର ଏହି ସମସ୍ତ ଜିଲାର ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। କ୍ଲାସ୍‌ ରୁମ୍‌ କିପରି ପ୍ରସ୍ତୁତ ହେବ ସେ ନେଇ ମଧ୍ୟ ଚିଠିରେ ଦର୍ଶାଯାଇଛି। କ୍ଲାସ୍‌ ରୁମ୍‌ର କାନ୍ଥ ଧଳା ରଙ୍ଗର ହେବା ସହିତ ଉପଯୁକ୍ତ ଲାଇଟ୍‌ର ବ୍ୟବସ୍ଥା, ଏସି କିମ୍ବା ଅତି କମ୍‌ରେ ସିଲିଂ ଫ୍ୟାନ୍‌ ଲଗାଯାଇଥିବା ଦରକାର। ସେହିପରି କମ୍ପ୍ୟୁଟର କିମ୍ବା ଲାପ୍‌ଟପ୍‌, ଦୁଇଟି କ୍ୟାମେରା, ଲାପଲ ମାଇକ୍ରୋଫୋନ, କ୍ୟାମେରା ଷ୍ଟାଣ୍ଡ୍‌ ଇତ୍ୟାଦି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ତେବେ ୧୭ ତାରିଖ ସୁଦ୍ଧା କ୍ଲାସ୍‌ ରୁମ୍‌ ପ୍ରସ୍ତୁତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ ଏହି ଭର୍ଚୁଆଲ କ୍ଲାସ୍‌ ସହଜରେ ପରିଚାଳିତ ହେବ ଏବଂ ପୂର୍ବରୁ ଟ୍ରାଏଲ୍‌ ମଧ୍ୟ ହୋଇପାରିବ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri