ଶୁଆ ସହ ଭିଡିଓ କରିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୟୁଟ୍ୟୁବର

କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ବେଆଇନ ଭାବେ ବିରଳ ପ୍ରଜାତିର ଶୁଆ ରଖିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ଚିନ୍ମୟ ମହାନ୍ତ (୨୫) ଏବଂ ତାଙ୍କ ଘର ବାଂଶପାଳ ବ୍ଲକ କୁମୁଣ୍ଡି ଗ୍ରାମରେ ବୋଲି ଜଣାପଡ଼ିଛି। ଏହା ଆଲେକ୍ସାଣ୍ଡ୍ରିନ ପରକିଟ (ନାହକ ଶୁଆ) ବୋଲି ବନ ବିଭାଗ କହୁଛି। ଏହି କଥା କୁହା ଶୁଆ ଲୋପ ପାଇବାକୁ ବସିଥିବାରୁ ଏହା ସିଡ୍ୟୁଲଡ ୨ ବିଭାଗରେ ରଖାଯାଇଛି।

ସେ କିଛି ଦିନ ହେବ ଶୁଆକୁ ଧରି ଭିଡିଓ ପ୍ରସ୍ତୁତ କରି ୟୁଟ୍ୟୁବରେ ଛାଡୁଥିଲେ। କେମିତି ଶୁଆ କଥା କହୁଛି ଓ କେମିତି କାମୁଡିବ ନାହିଁ ଶୀର୍ଷକ ଦୁଇଟି ଭିଡିଓ ପ୍ରସ୍ତୁତ କରି ଛାଡ଼ିଥିଲେ। ଏହି ବିରଳ ପ୍ରଜାତିର ଶୁଆ ପ୍ରତି ନିର୍ଯାତନା ଦିଆଯାଉଥିବା ନେଇ ଖୋର୍ଦ୍ଧା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଭେନ୍ଦୁ ମଲ୍ଲିକ ପିସିସିଏଫ୍‌ (ବନ୍ୟପ୍ରାଣୀ)ଙ୍କ ନିକଟରେ ଅଭିଯୋଗ କରିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ବୋଲି ଜଣାପଡିଛି।

ଭିଡିଓରେ ଶୁଆର କାନରେ ସୋରିଷ ତେଲ ପକାଇବା, ଲୁହା ରଡ୍‌କୁ କାମୁଡେଇବା ଭଳି ଦୃଶ୍ୟ ରେକର୍ଡ କରି ସେ ୟୁଟ୍ୟୁବ୍‌ରେ ଛାଡ଼ିଥିଲେ। ଯାହାକି ବନ୍ୟପ୍ରାଣୀ ସୁରକ୍ଷା ଆଇନ ୧୯୭୨ର ଖିଲାପ ଅଟେ। ସେହିପରି ଶୁଆକୁ ଧରି ନିର୍ଯାତନା ଦେବା ମଧ୍ୟ ଆଇନ ବିରୋଧୀ। ଏଣୁ ଏନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠି କରିଥିଲେ। କେନ୍ଦୁଝର ବନ ବିଭାଗ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଗିରଫ କରିଛନ୍ତି ବୋଲି ଶୁଭେନ୍ଦୁ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri