Posted inଫୁରସତ

ରେଳ ଟ୍ରାକ୍‌ରେ ସାପ ବାଣ ଫୁଟାଇଲେ ୟୁଟ୍ୟୁବର, ପରେ ଯାହା ଘଟିଲା ଭିଡିଓ ଦେଖିଲେ ଜାଣିବେ…

ଆଜିକାଲି ଯୁବପିଢ଼ି ରିଲ୍‌ କରିବା ଚକ୍କରରେ କିଛି ବି କରିବାକୁ ପଛାଉନାହାନ୍ତି। କେଉଁଠି ବିପଦ ଅଛି, ତାହା ଜାଣି ବି ଅଜଣା ହୋଇ ବିପଦକୁ ଆମନ୍ତ୍ରଣ କରୁଛନ୍ତି। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ରେଲଓ୍ବେ ପ୍ଲାଟଫର୍ମରେ ଜଣେ ୟୁଟ୍ୟୁବର ବାଣ ଫୁଟାଇଛନ୍ତି। ପରେ ଯାହା ଘଟିଛି ଭିଡିଓ ଦେଖିଲ ଜାଣିବେ।

୩୩ ସେକେଣ୍ଡର ଏହି ଭିଡିଓ। ଯାହାକି ୟୁଜରମାନଙ୍କୁ କ୍ରୋଧିତ କରିଛି। ଭିଡିଓରେ ଜଣେ ଯୁବକ ରେଳ ଟ୍ରାକ୍‌ ମଝିରେ ସାପ ବାଣରେ ନିଆଁ ଲଗାଉଛନ୍ତି। ଏହା ଜଳୁଥିବା ଦେଖିବାକୁ ମିଳିଛି। ଖୁବ୍‌ଶୀଘ୍ର ବାଣରୁ ଘନ କଳା ଧୂଆଁ ବାହାରି ବାୟୁମଣ୍ଡଳକୁ ବ୍ୟାପିଯାଉଛି। ଫୁଲେରା-ଅଜମେର ବିଭାଗର ଦାନ୍ତ୍ରା ଷ୍ଟେଶନ ନିକଟରେ ଏହି ଭିଡିଓ ଶୁଟିଂ କରାଯାଇଛି।
‘ରେଲଓ୍ବେ ଟ୍ରାକ୍‌ରେ ୟୁଟ୍ୟୁବର ଫୁଟାଇଥିବା ବାଣ କ୍ୟାପଶନ ଲେଖାଯାଇଛି। ଏଭଳି କାର୍ଯ୍ୟ ଗୁରୁତର ଦୁର୍ଘଟଣା ଘଟାଇପାରେ। ଦୟାକରି ଏହିପରି ଅଭିଯୁକ୍ତଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ‘ଭିଡିଓ କ୍ୟାପଶନରେ ଟ୍ରେନ୍‌ ଅଫ୍‌ ଇଣ୍ଡିଆ ଦ୍ୱାରା ଭିଡିଓ ଶେୟାର କରାଯାଇଛି।

ଭିଡିଓ ଦେଖି ୟୁଜରମାନେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ଏବଂ ତାଙ୍କର ଅସାବଧାନତା ପାଇଁ ୟୁଟ୍ୟୁବରଙ୍କୁ ସମାଲୋଚନା କରି କହିଛନ୍ତି ଯେ, ଏପରି କାର୍ଯ୍ୟ ଗୁରୁତର ହୋଇପାରେ। ଏପରି ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ ଦିଆଯିବା ସହ ରେଳବାଇକୁ ଯଥାଶୀଘ୍ର ପଦକ୍ଷେପ ନେବାକୁ କହିଛନ୍ତି।

ଏହି ଭିଡିଓ ଉପରେ ଉତ୍ତର ପଶ୍ଚିମ ରେଳ ବିଭାଗର ରେଳ ପରିଚାଳକ ଜୟପୁର ଏବଂ ରେଳ ସୁରକ୍ଷା ବଳକୁ ଏହି ଘଟଣାର ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ଆର୍‌ପିଏଫ୍‌ ଭିଡିଓର ଅନୁସନ୍ଧାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri