Posted inଜାତୀୟ

ଟାଇମ ମାଗାଜିନର ‘ଏମରଜିଂ ଲିଡର୍ସ ୨୦୨୩’ ତାଲିକାରେ ଲୋକପ୍ରିୟ ୟୁଟ୍ୟୁବର ଧ୍ରୁଭ ରାଠୀ, ତାଲିକାରେ ୩ ଭାରତୀୟ

ନୂଆଦିଲ୍ଲୀ,୬।୧୦: ଲୋକପ୍ରିୟ ୟୁଟ୍ୟୁବର ତଥା ଭାରତୀୟ ମୂଳ ଧ୍ରୁଭ ରାଠୀ ଟାଇମ ମାଗାଜିନର ଉଦୀୟମାନ(ଏମରଜିଂ) ଲିଡର୍ସ ୨୦୨୩ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ତାଙ୍କର ଫ୍ୟାକ୍ଟ ଚେକିଂ ଓ ଶିକ୍ଷଣୀୟ କଣ୍ଟେଣ୍ଟ ପାଇଁ ସେ ଏହି ସମ୍ମାନର ଅଧିକାରୀ ହୋଇଛନ୍ତି। ଧ୍ରୁଭ ସୋସିଆଲ ମିଡିଆ ଐକ୍ସରେ ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଏହି ସମ୍ମାନଜନକ ତାଲିକାରେ ଅନ୍ତର୍ଭୁକ୍ତ ହୋବା ସହ ଭାରତକୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରି ଗର୍ବିତ ଅନୁଭବ କରୁଛି। ଧନ୍ୟବାଦ’।

ଧ୍ରୁଭ ରାଠୀ ହେଉଛନ୍ତି ଲେକପ୍ରିୟ ୟୁଟ୍ୟୁବର। ଇନଷ୍ଟାଗ୍ରାମରେ ତାଙ୍କର ଦେଢ ଼ ଲକ୍ଷରୁ ଅଧିକ ଫଲୋର୍ସ ଅଛନ୍ତି। ୟୁଟ୍ୟୁବରେ ତାଙ୍କର ୧୧.୮ନିୟୁତ ସବର୍ସ୍କାଇବର ଅଛନ୍ତି। ଧ୍ରୁବଙ୍କ ଘର ଭାରତର ହରିୟାଣାରେ। ସେ ଜର୍ମାନୀରୁ ଇଞ୍ଜିନିୟରିଂ କରିଛନ୍ତି। ଏହା ପରେ ସେ ମାଷ୍ଟର୍ସ କରିଛନ୍ତି। ଧ୍ରୁଭ ତାଙ୍କ ୟୁଟ୍ୟୁବରେ ସାମ୍ପ୍ରତିକ ପ୍ରସଙ୍ଗ, ସାମାଜିକ ପ୍ରସଙ୍ଗ, ରାଜନୀତି, ବିଜ୍ଞାନ, ବ୍ୟକ୍ତିଗତ ବ୍ଲଗ ସହିତ ଅନେକ ଭିଡିଓ ପୋଷ୍‌ଟ କରିଛନ୍ତି। ଧ୍ରୁଭ ୮ ବର୍ଷ ବୟସରେ ତାଙ୍କର ପ୍ରଥମ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ।

ନିକଟରେ ଟାଇମ ମାଗାଜିନ ‘୨୦୨୩ ଟାଇମ ୧୦୦ ନେକ୍ସଟ ଏମରଜିଂ ଲିଡର୍ସ ସେପିଂ ଦି ଓ୍ବାଲର୍‌ଡ’ ତାଲିକାରେ ୩ଭାରତୀୟ ସାମିଲ ଅଛନ୍ତି। ଯେଉଁଥିରେ ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ହରମନପ୍ରୀତ କୌର, ନନ୍ଦିତା ଭେଙ୍କଟେସନ ଏବଂ ଭିନୋ ଡାନିଏଲ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ ଭାରତୀୟ ମୂଳ ନାଭାରୁନ ଦାସଗୁପ୍ତା ମଧ୍ୟ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?