ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା! ପ୍ରେମିକାଙ୍କ ଆତ୍ମହତ୍ୟା…

ଭୁବନେଶ୍ୱର,୧୬ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁର ଲବ ହାଁସଦା । ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ତାଙ୍କ ପ୍ରେମିକା ସୋଲମୀ ମୁର୍ମୁଙ୍କ ଆତ୍ମହତ୍ୟା ଘଟଣା ପରେ ଲବ ହାଁସଦାଙ୍କ ବିରୋଧରେ ବେଙ୍ଗାଲୁରୁରେ ଏକ ଏଫଆଇଆର୍‌ ରୁଜୁ ହୋଇଛି। ଏହି ଘଟଣାକୁ ସାରା ରାଜ୍ୟରେ ଚହଳ ସୃଷ୍ଟି କରିଛି।

ମିଳିଥିବା ସୂଚନା ଅନୁସାରେ, ସୋଲମୀ ମୁର୍ମୁ ଦୁଇ ଦିନ ପୂର୍ବେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା ପାଇଁ ଥାନାରେ ଲବଙ୍କ ନାଁରେ ଏତଲା ଦେଇଛନ୍ତି ମୃତ ସୋଲମୀଙ୍କ ଭାଇ । କେତେକ ରିପୋର୍ଟରେ ଦାବି କରାଯାଇଛି ଯେ, ଲବ ହାଁସଦାଙ୍କର ବହୁ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଥିଲା, ଯାହା ଏହି ବିବାଦକୁ ଆହୁରି ଜଟିଳ କରିଛି। ତେବେ ଏହି ଘଟଣା ସମ୍ପର୍କରେ ବିସ୍ତୃତ ତଦନ୍ତ ଜାରି ରହିଛି। ପୋଲିସ ଏହି ମାମଲାରେ ଲବ ହାଁସଦାଙ୍କୁ ପଚରାଉଚରା କରୁଛି।

ଲବ ହାଁସଦା ଜଣେ ଲୋକପ୍ରିୟ ଓଡ଼ିଆ ୟୁଟ୍ୟୁବର ଭାବେ ପରିଚିତ, ଯିଏ ତାଙ୍କର ଭିଡିଓ ମାଧ୍ୟମରେ ବହୁ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି। କିନ୍ତୁ ଏହି ଅଭିଯୋଗ ତାଙ୍କର ଖ୍ୟାତି ଉପରେ ପ୍ରଶ୍ନଚିହ୍ନ ଲଗାଇଛି। ତେବେ ଲବଙ୍କ ପ୍ରେମିକା ଜଣେ ବାଇକ ରାଇଡର ହୋଇଥିବା ବେଳେ ତାଙ୍କ ଘର ବିହାରରେ । ଆଉ ସେ ବେଙ୍ଗାଲୁରୁରେ ଚାକିରି କରୁଥିଲେ । ଉଭୟଙ୍କ ଭିତରେ ଅନେକ ଦିନର ସମ୍ପର୍କ ଥିଲା । ଲବ ହାଁସଦାଙ୍କ ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା କଥା ଜାଣିବାକୁ ପାଇବା ପରେ ସୋଲମୀ, ଏନେଇ ଲବଙ୍କୁ ପଚାରିବାରୁ ଲବ ବାରମ୍ବାର ତାଙ୍କୁ ନିର୍ଯାତନା ଦେଇଆସୁଥିଲେ । ଆଉ ଶେଷରେ ବାଧ୍ୟ ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ । ସବୁଠାରୁ ବଡ଼ କଥା ହେଲା ଆତ୍ମହତ୍ୟାର କିଛି ସମୟ ପୂର୍ବରୁ ମଧ୍ୟ ସୋଲମୀ ଲବଙ୍କୁ ଯୋଗାଯୋଗ କରିଥିଲେ ବୋଲି ସୋଲମୀଙ୍କ ଭାଇ ଏତଲାରେ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri