ବନ୍ଧା ହେବେ ୟୁଟ୍ୟୁବର ଲବ ହାଁସଦା! ପ୍ରେମିକାଙ୍କ ଆତ୍ମହତ୍ୟା…

ଭୁବନେଶ୍ୱର,୧୬ା୫: ବିବାଦରେ ବହୁ ଚର୍ଚ୍ଚିତ ୟୁଟ୍ୟୁର ଲବ ହାଁସଦା । ବେଙ୍ଗାଲୁରୁରେ ତାଙ୍କ ନାଁରେ ଏତଲା ହୋଇଛି । ଯାହାକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବହୁଚର୍ଚ୍ଚିତ ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ନେଇ ଏକ ଗୁରୁତର ବିବାଦ ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ତାଙ୍କ ପ୍ରେମିକା ସୋଲମୀ ମୁର୍ମୁଙ୍କ ଆତ୍ମହତ୍ୟା ଘଟଣା ପରେ ଲବ ହାଁସଦାଙ୍କ ବିରୋଧରେ ବେଙ୍ଗାଲୁରୁରେ ଏକ ଏଫଆଇଆର୍‌ ରୁଜୁ ହୋଇଛି। ଏହି ଘଟଣାକୁ ସାରା ରାଜ୍ୟରେ ଚହଳ ସୃଷ୍ଟି କରିଛି।

ମିଳିଥିବା ସୂଚନା ଅନୁସାରେ, ସୋଲମୀ ମୁର୍ମୁ ଦୁଇ ଦିନ ପୂର୍ବେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା ପାଇଁ ଥାନାରେ ଲବଙ୍କ ନାଁରେ ଏତଲା ଦେଇଛନ୍ତି ମୃତ ସୋଲମୀଙ୍କ ଭାଇ । କେତେକ ରିପୋର୍ଟରେ ଦାବି କରାଯାଇଛି ଯେ, ଲବ ହାଁସଦାଙ୍କର ବହୁ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଥିଲା, ଯାହା ଏହି ବିବାଦକୁ ଆହୁରି ଜଟିଳ କରିଛି। ତେବେ ଏହି ଘଟଣା ସମ୍ପର୍କରେ ବିସ୍ତୃତ ତଦନ୍ତ ଜାରି ରହିଛି। ପୋଲିସ ଏହି ମାମଲାରେ ଲବ ହାଁସଦାଙ୍କୁ ପଚରାଉଚରା କରୁଛି।

ଲବ ହାଁସଦା ଜଣେ ଲୋକପ୍ରିୟ ଓଡ଼ିଆ ୟୁଟ୍ୟୁବର ଭାବେ ପରିଚିତ, ଯିଏ ତାଙ୍କର ଭିଡିଓ ମାଧ୍ୟମରେ ବହୁ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି। କିନ୍ତୁ ଏହି ଅଭିଯୋଗ ତାଙ୍କର ଖ୍ୟାତି ଉପରେ ପ୍ରଶ୍ନଚିହ୍ନ ଲଗାଇଛି। ତେବେ ଲବଙ୍କ ପ୍ରେମିକା ଜଣେ ବାଇକ ରାଇଡର ହୋଇଥିବା ବେଳେ ତାଙ୍କ ଘର ବିହାରରେ । ଆଉ ସେ ବେଙ୍ଗାଲୁରୁରେ ଚାକିରି କରୁଥିଲେ । ଉଭୟଙ୍କ ଭିତରେ ଅନେକ ଦିନର ସମ୍ପର୍କ ଥିଲା । ଲବ ହାଁସଦାଙ୍କ ଅନେକ ମହିଳାଙ୍କ ସହ ସମ୍ପର୍କ ଥିବା କଥା ଜାଣିବାକୁ ପାଇବା ପରେ ସୋଲମୀ, ଏନେଇ ଲବଙ୍କୁ ପଚାରିବାରୁ ଲବ ବାରମ୍ବାର ତାଙ୍କୁ ନିର୍ଯାତନା ଦେଇଆସୁଥିଲେ । ଆଉ ଶେଷରେ ବାଧ୍ୟ ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ । ସବୁଠାରୁ ବଡ଼ କଥା ହେଲା ଆତ୍ମହତ୍ୟାର କିଛି ସମୟ ପୂର୍ବରୁ ମଧ୍ୟ ସୋଲମୀ ଲବଙ୍କୁ ଯୋଗାଯୋଗ କରିଥିଲେ ବୋଲି ସୋଲମୀଙ୍କ ଭାଇ ଏତଲାରେ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

୨୩ରେ ଯାତ୍ରାପୀଠକୁ ଅଣାଯିବ ଶୁଭଖୁଣ୍ଟି; ୮ ଦିନ ଧରି ଚାଲିବ ଯାତ୍ରା

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଗଣପର୍ବ ଭାବେ ପରିଚିତ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ପରିଚାଳନା ନିମନ୍ତେ…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଖବର! ୨୦%ରୁ ଅଧିକ ଇଥାନଲ ମିଶିବ ପେଟ୍ରୋଲରେ, ସ୍ପଷ୍ଟ କଲେ…

ଦେଶରେ ପ୍ରଚଳିତ ୨୦% ଇଥାନଲ୍‌ ମିଶ୍ରିତ ପେଟ୍ରୋଲ (ଇ-୨୦) ଯୋଗୁ ଗାଡ଼ି ଯନ୍ତ୍ରାଂଶ ଖରାପ ହେଉଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଏନେଇ ଦୃଢ଼ ବିରୋଧ…

ସୂର୍ଯ୍ୟଙ୍କ ଗୋଚର: ୩ ରାଶିଙ୍କୁ ମିଳିବ ଲାଭ, ଚାକିରିରେ ବଡ଼ ଅଫର୍‌କୁ ଧନଲାଭର ଖୋଲିଲା ଯୋଗ

ସୂର୍ଯ୍ୟ ଗ୍ରହ ୧୩ ସେପ୍ଟେମ୍ୱର ୨୦୨୬ ରବିବାର ରାତି ୯ଟା ୫୩ ମିନିଟରେ ପୂର୍ୱାଫାଲଗୁନୀ ନକ୍ଷତ୍ରରୁ ପୂର୍ୱାଫାଲଗୁନୀ ନକ୍ଷତ୍ରକୁ ପ୍ରବେଶ କରିବେ। ଏହି ଗୋଚର ପ୍ରଭାବରୁ ଭାଗ୍ୟଶାଳୀ…

ଗୃହ ମନ୍ତ୍ରଣାଳୟ ବୈଠକ ପରେ ସୋନମ ୱାଙ୍ଗଚୁକଙ୍କ ବଡ଼ ଚେତାବନୀ: କହିଲେ- ଆନ୍ଦୋଳନ ହିଁ…

ନୂଆଦିଲ୍ଲୀ,୧୦।୯: ଲଦାଖର ଭବିଷ୍ୟତ ଓ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ଲଦାଖ ପ୍ରତିନିଧିଙ୍କ ମଧ୍ୟରେ ହୋଇଥିବା ଆଲୋଚନାରୁ କୌଣସି ଠୋସ ସମାଧାନ ବାହାରି ପାରିନାହିଁ।…

ବୁଧାଦିତ୍ୟ ରାଜଯୋଗରେ ମାଲାମାଲ ହେବେ ୪ ରାଶି: ଚାକିରିରେ ପଦୋନ୍ନତି ସହ ବ୍ୟବସାୟରେ ଅଚାନକ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ଦେବ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ସେହି ସମୟରେ କନ୍ୟା ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri