ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରୁଥିଲେ। ଏନେଇ ତାଙ୍କ ନାମରେ ଅଭିଯୋଗ ହୋଇଥିଲା।

ସୂଚନାଯୋଗ୍ୟ, ବେଆଇନ ଭାବେ ମାଙ୍କଡ଼ ରଖି ସେମାନଙ୍କ ସହ ଫଟୋ ଓ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିବା ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଓ ତାଙ୍କ ସ୍ବାମୀ ବଦ୍ରିନାରାୟଣ ଭଦ୍ରଙ୍କ ପାଇଁ ମହଙ୍ଗା ପଡ଼ିଛି। ଏନେଇ ଅଭିଯୋଗ ହେବାପରେ ବନ ବିଭାଗର ୨ ଟିମ୍‌ ଗତ ରବିବାର ତାଙ୍କ ଯାଜପୁର ବ୍ଲକ ଜହଳ ଗାଁସ୍ଥିତ ବାସଭବନରେ ଚଢ଼ାଉ କରିଥିଲା। ଚଢ଼ାଉ ଖବର ପାଇ ଦମ୍ପତି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସେମାନଙ୍କ ବିରୋଧରେ ଏକ ମାମଲା ନଂ.୨୭୫ା୨୪ ରୁଜୁ ହୋଇଥିବା ଯାଜପୁର ରୋଡ ରେଞ୍ଜର ଜ୍ୟୋତିରଞ୍ଜନ ମହାପାତ୍ର ସୂଚନା ଦେଇଥିଲେ। ପୂର୍ବରୁ ମୋନାଲିସାଙ୍କ ନାଁରେ ଅଭିଯୋଗ ହୋଇଥିଲା। ସେ ଏଥିରୁ ନିବୃତ୍ତ ରହିବେ ବୋଲି ବନ ବିଭାଗକୁ ଲିଖିତ ଭାବେ ଜଣାଇଥିଲେ। ଏହା ସତ୍ତ୍ୱେ ସେ ପୂର୍ବ ପରି ଭିଡିଓ କରି ସୋସିଆଲ ମିଡିଆରେ ଭାଇରାଲ କରିବାରେ ଲାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri