Posted inଜାତୀୟ

ୱାଇଏସଆର କଂଗ୍ରେସ ଦେଲା ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ

ଅମରାବତି,୨୪ ।୬: ଆଗାମୀ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଏନଡିଏରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରିଛି । ଓଡ଼ିଶାର ଶାସକ ବିଜୁ ଜନତା ଦଳ(ବିଜେଡି) ଦ୍ରୌପଦୀଙ୍କୁ ସମର୍ଥନ କରିଥିବା ବେଳେ ଆନ୍ଧ୍ର ପ୍ରଦେଶର ୱାଇଏସଆର କଂଗ୍ରେସ ବି ଦ୍ରୌପଦୀଙ୍କୁ ସମସର୍ଥନ କରିବ ବୋଲି ଘୋଷଣା କରିଛି ।
ଏନଡିଏ ପକ୍ଷରୁ ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପଦର ଦାବିଦାର କରିଥିବାରୁ ୱାଇଏସଆର କଂଗ୍ରେସ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବ ବୋଲି ଘୋଷଣା କରି ସାରିଛି । ଏହି ସୂଚନା ଗୁରୁବାର ରାତିରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ଏକ ବିଜ୍ଞପ୍ତିରେ କୁହାଯାଇଛି । ୧୮ ଜୁଲାଇରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧି ନେତା ଯଶୱନ୍ତ ସିହ୍ନାଙ୍କ ବିରୋଧରେ ଏନଡିଏର ଦ୍ରୌପଦୀ ମୁର୍ମୁଙ୍କୁ ୱାଇଏସଆର କଂଗ୍ରେସର ସମର୍ଥନ ମିଳିବା ପରେ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥି ପାଇଁ ମଜବୁତ ଦାବିଦାର ହୋଇଯାଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?