ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତିି କରାଯାଇଥିଲା। ଏବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।ଦିଗପହଣ୍ଡି ଥାନା ଏଏସଆଇ ମନୋଜ ସିଂ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଘଟଣା ଦିନ ଯୁଧିଷ୍ଠିର ଘରୁ ଚାଲି ଚାଲି ଗାଁ ବସଷ୍ଟାଣ୍ଡକୁ ଯାଉଥିବା ବେଳେ ଏକ ବାଇକ (ନଂ. ଓଡ଼ି୦୭ ଏଏଫ- ୪୮୭୫) ପଛପଟୁ ଦ୍ରୁତଗତିରେ ଆସି ଧକ୍କା ଦେଇଥିଲା। ସେ ରାସ୍ତା ଉପରେ କଚାଡି ହୋଇ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଯୁଧିଷ୍ଠିରଙ୍କ ସାନ ଭାଇ ଏଚ. ରାମ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୩୦/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା -୨୮୧/୧୦୬(୧) ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ହିତାଧିକାରୀଙ୍କୁ ମିଳିଲା ୨ ମାସର ଚାଉଳ, ବାକି ୩ ମାସକୁ ନେଇ…

ଅମରପାଲି,୩ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବହଳପଦର ପଞ୍ଚାୟତରେ ନୂତନ ରାଶନ କାର୍ଡ ପାଇବା ସତ୍ତ୍ୱେ ହିତାଧିକାରୀମାନେ ୫ ମାସ ଧରି ଚାଉଳ ପାଉ ନ…

ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…

ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ: ଏବେ କରୁଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି…

୫. ୮ କୋଟିଙ୍କୁ ମିଳିବ ରୋଜଗାର! ବାଇକ ଟ୍ୟାକ୍ସିକୁ ନେଇ ସବୁ ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଲେ ଗଡ଼କରୀ

ନୂଆଦିଲ୍ଲୀ,୩।୯: ଦେଶରେ ଟ୍ରାନ୍ସପୋର୍ଟ ବ୍ୟବସ୍ଥାକୁ ଆହୁରି ସହଜ ଓ ରୋଜଗାରମୁଖୀ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଯୋଜନା ଉପରେ ଜୋର ଦେଉଛନ୍ତି। କେନ୍ଦ୍ରୀୟ ସଡ଼କ…

ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍‌ପି-ବିଧାୟକଙ୍କ ଉଦ୍ୟମକୁ ନେଇ…

ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ…

ଘରୋଇ କଳହରୁ କରୁଣ ପରିଣତି: ସ୍ତ୍ରୀଙ୍କୁ ପ୍ରେଟୋଲ ଢାଳି ଜାଳିଦେଲେ ସ୍ବାମୀ

ପୁରୀ,୩।୯(ଅଜିତ କୁମାର ମହାନ୍ତି): ପୁରୀ ଜିଲା କୁମ୍ଭାରପଡା ଥାନା ଅଞ୍ଚଳରେ ପାରିବାରିକ କହଳକୁ ନେଇ ଏକ କରୁଣ ତଥା ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ସ୍ବାମୀସ୍ତ୍ରୀଙ୍କ ପବିତ୍ର…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri