Posted inଜାତୀୟ

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜ୍ୟପାଳ ଅଜୟ କୁମାର ଭାଲା ଖେମ୍‌ଚନ୍ଦ ସିଂଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏଥିସହିତ ନାଗା ପିପୁଲ୍ସ ଫ୍ରଣ୍ଟ ନେତା ଏଲ୍‌ ଦିଖୋ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

୨୦୨୫ ଫେବୃଆରୀରେ ଭାଜପା ନେତା ଏନ୍‌.ବୀରେନ୍‌ ସିଂ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ମଣିପୁରରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲା। ରାଜ୍ୟରେ ଲାଗି ରହିଥିବା ହିଂସା ନ ଥମିବା ଏବଂ ବିଭିନ୍ନ ଇଲାକାରେ ସ୍ଥିତି ଖରାପ ହେବା କାରଣରୁ ମୁଖ୍ୟମନ୍ତ୍ରୀଙ୍କୁ ହଟାଇବା ନେଇ ବିଭିନ୍ନ ମହଲରେ ସ୍ବର ଉଠିଥିଲା। ଏହି କାରଣରୁ ୨୦୨୫ ଫେବୃଆରୀ ୯ରେ ବୀରେନ୍‌ ସିଂ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri