ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ୟୁନୁସ ସରକାରଙ୍କ ବଡ଼ ବୟାନ, କହିଲେ ମୋଦି…

ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତିନାମା ଘୋଷଣା ହୋଇଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା କରିଛନ୍ତି। ତେବେ ଏହାରି ଭିତରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ମହମ୍ମଦ ୟୁନୁସ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ପୋଷ୍ଟ କରି ଏହି ଘୋଷଣା ଉପରେ ପ୍ରତିକ୍ରିୟା ଦେଇଛନ୍ତି।

ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ତାଙ୍କ ପୋଷ୍ଟରେ କହିଛନ୍ତି, “ମୁଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କୁ ତୁରନ୍ତ ଅସ୍ତ୍ରବିରତି ପାଇଁ ରାଜି ହେବା ଏବଂ ଆଲୋଚନାରେ ଯୋଗଦେବା ପାଇଁ ହୃଦୟର ସହିତ ପ୍ରଶଂସା କରୁଛି। ସେ ତାଙ୍କ ପୋଷ୍ଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପ୍ରଶଂସା କରି କହିଛନ୍ତି, “ଭାରତ ଏବଂ ପାକିସ୍ତାନ ମଧ୍ୟରେ ପ୍ରଭାବଶାଳୀ ଭାବରେ ମଧ୍ୟସ୍ଥତା କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବିଦେଶ ସଚିବ ମାର୍କୋ ରୁବିଓଙ୍କୁ ମଧ୍ୟ ପ୍ରଶଂସା କରିବାକୁ ଚାହେଁ। କୂଟନୈତିକ ଉପାୟରେ ମତଭେଦ ସମାଧାନ ପାଇଁ ବାଂଲାଦେଶ ଉଭୟ ପଡ଼ୋଶୀ ଦେଶଙ୍କୁ ସମର୍ଥନ ଜାରି ରଖିବ।

ପାକିସ୍ତାନ ଆତଙ୍କବାଦୀ ଆକ୍ରମଣ ପରେ, ଯେତେବେଳେ ଭାରତ ଅପରେଶନ ସିନ୍ଦୂର ଅଧୀନରେ ପାକିସ୍ତାନରେ ପ୍ରତିଶୋଧ ନେଇଥିଲା, ତାହା ପାକିସ୍ତାନକୁ ଝାଳ ବୁହାଇ ଦେଇଥିଲା। ପାକିସ୍ତାନ ସରକାର ଭାରତ ଉପରେ ଚାପ ପକାଇବା ପାଇଁ ବିଶ୍ୱର ଅନ୍ୟ ଦେଶମାନଙ୍କୁ ଅନୁରୋଧ କରିବା ଆରମ୍ଭ କଲେ। ଅପରେଶନ ସିନ୍ଦୂର ଅଧୀନରେ, ଭାରତ ପାକିସ୍ତାନର ସମସ୍ତ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣର ଉପଯୁକ୍ତ ଜବାବ ଦେଇଥିଲା ଏବଂ ଆକାଶରେ ଏହାର ସମସ୍ତ ଆକ୍ରମଣକୁ ବିଫଳ କରିଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri