ବାଂଲାଦେଶ ହିଂସା ମଧ୍ୟରେ ଜନ୍ମାଷ୍ଟମୀକୁ ନେଇ ୟୁନୁସ୍‌ ଦେଲେ ବଡ଼ ବିବୃତ୍ତି, କହିଲେ ଆମ ଦେଶର…

ଢାକା,୨୬ା୮: କୃଷ୍ଣ ଜନ୍ମାଷ୍ଟମୀଙ୍କର ଗୋଟିଏ ଦିନ ପୂର୍ବରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ମହମ୍ମଦ ୟୁନୁସ୍‌ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଏକ ବଡ଼ ପ୍ରତିଶ୍ରୁତି ଦେଇଥିଲେ। ସେ କହିଛନ୍ତି, ତାଙ୍କ ସରକାର ନିଶ୍ଚିତ କରିବେ ଯେ, ଦେଶରେ ଧାର୍ମିକ ତଥା ରାଜନୈତିକ କାରଣରୁ କାହାକୁ ଭେଦଭାବ କରାଯାଉ ନାହିଁ।

ଏକ ରିପୋର୍ଟରେ ଦର୍ଶାଯାଇଛି, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀଙ୍କୁ ବାଂଲାଦେଶରେ ଜାତୀୟ ଛୁଟି ଘୋଷଣା କରାଯାଇଛି। ଏହାର ଗୋଟିଏ ଦିନ ପୂର୍ବରୁ ୟୁନୁସ୍‌ ଟେଲିଭିଜନରେ ଦେଶକୁ ସମ୍ବୋଧିତ କରି କହିଥିଲେ ଯେ, ଭିନ୍ନ ଭିନ୍ନ ଧର୍ମ ଅନୁସରଣ କରିବା କିମ୍ବା ଭିନ୍ନ ରାଜନୈତିକ ମତ ରଖିଥିବାରୁ ଆମ ସରକାର କାହାକୁ ଭେଦଭାବ କରିବେ ନାହିଁ। ଆମେ ଦେଶର ସମସ୍ତ ନାଗରିକଙ୍କୁ ଗୋଟିଏ ପରିବାର ଭାବରେ ଅନ୍ତର୍ଭୁକ୍ତ କରିବାକୁ ଚାହୁଁଛୁ। ଧାର୍ମିକ ସଂଖ୍ୟାଲଘୁ, ଜନଜାତି ଏବଂ ବର୍ଗର ଲୋକମାନେ ସମାନ ଅଧିକାର ସହିତ ନୂତନ ବାଂଲାଦେଶରେ ସମାନ ନାଗରିକ ଅଟନ୍ତି।

ବାଂଲାଦେଶରେ ଆଜି ଅର୍ଥାତ୍‌ ସୋମବାର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳନ କରାଯାଉଛି
ମହମ୍ମଦ ୟୁନୁସଙ୍କ ଏହି ବିବୃତ୍ତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। କାରଣ ଶେଖ୍‌ ହାସିନାଙ୍କ ଇସ୍ତଫା ପରେ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟମାନେ କ୍ରମାଗତ ଭାବରେ ଇସ୍‌ଲାମିକ ମୌଳବାଦୀଙ୍କ ଦ୍ୱାରା ଟାର୍ଗେଟ୍‌ର ଶିକାର ହେଉଛନ୍ତି। ବାଂଲାଦେଶର ରାଜଧାନୀ ଢାକା ଏବଂ ଅନ୍ୟାନ୍ୟ ସହରରେ ଅବସ୍ଥିତ ହିନ୍ଦୁ ମନ୍ଦିରରେ ଜନ୍ମାଷ୍ଣମୀ ପର୍ବ ପାଳନ କରାଯାଉଛି। ପ୍ରତିବର୍ଷ ଜନମାଷ୍ଟମୀ ଉପରେ ଢାକାରେ ଏକ ବିଶାଳ ଶୋଭାଯାତ୍ରା କରାଯାଏ। ଅଗଷ୍ଟ ୫ରେ ହାସିନା ସରକାର ପତ୍ତନ ପରେ ଚଳିତ ବର୍ଷ ବାଂଲାଦେଶରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀଙ୍କୁ ନେଇ ଅନେକ ପ୍ରଶ୍ନ ଉଠିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ଟକ୍କର! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri