ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ କୌଣସି ସାମ୍ବିଧାନିକ ପଦବୀ ନଚେତ ରାଷ୍ଟ୍ରପତି କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି।

BNP ନେତା ତାରିକ ରହମାନଙ୍କ ଅନ୍ତର୍ଜାତୀୟ ବ୍ୟାପାର ପରାମର୍ଶଦାତା ହୁମାୟୁନ କବୀର କହିଛନ୍ତି ଯେ, ୟୁନୁସଙ୍କ ପାଇଁ କୌଣସି ନିର୍ଦ୍ଧିଷ୍ଟ ପଦବୀ ଉପରେ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଆଲୋଚନା ହୋଇନାହିଁ। ତେବେ ତାରିକ ରହମାନ ଏକ ‘ଅନ୍ତର୍ଭୁକ୍ତିକାରୀ ଶାସନ’ (Inclusive Governance) ଚାହୁଁଛନ୍ତି, ଯେଉଁଠି ଦେଶର ଅଭିଜ୍ଞ ଓ ଦକ୍ଷ ବ୍ୟକ୍ତିମାନଙ୍କ ସାହାଯ୍ୟ ନିଆଯିବ। ୟୁନୁସଙ୍କ ଆନ୍ତର୍ଜାତୀୟ ପରିଚିତି ଓ ଅଭିଜ୍ଞତାକୁ ଦେଶହିତରେ ବ୍ୟବହାର କରାଯାଇପାରେ ବୋଲି ସେ ସୂଚନା ଦେଇଛନ୍ତି।

ୟୁନୁସଙ୍କ ପ୍ରେସ ସେକ୍ରେଟେରୀ ଶଫିକକୁଲ ଆଲାମ ସ୍ପଷ୍ଟ କରିଛନ୍ତି ଯେ, ୟୁନୁସ ରାଜନୀତିରେ ରହିବାକୁ ଆଦୌ ଆଗ୍ରହୀ ନୁହଁନ୍ତି। ସେ ନିଜର ପୁରୁଣା ସାମାଜିକ କାର୍ଯ୍ୟକୁ ଫେରିବାକୁ ଚାହୁଁଛନ୍ତି। ତାଙ୍କର ମୁଖ୍ୟ ଲକ୍ଷ୍ୟ ହେଉଛି ଥ୍ରୀ ଜିରୋ’ (Three Zero)ଭିଜନ:ଶୂନ୍ୟ ଦାରିଦ୍ର୍ୟ(Zero Poverty),ଶୂନ୍ୟ ବେକାରୀ(Zero Unemployment), ଶୂନ୍ୟ କାର୍ବନ ର୍ନିଗମନ (Zero Net Carbon Emission)

ସୂଚନାଯୋଗ୍ୟ, ବର୍ତ୍ତମାନ ବାଂଲାଦେଶର ରାଷ୍ଟ୍ରପତି ଭାବେ ମହମ୍ମଦ ଶାହାବୁଦ୍ଦିନ କାର୍ଯ୍ୟ କରୁଛନ୍ତି। ସେ ୨୪ ଏପ୍ରିଲ ୨୦୨୩ରେ ଶପଥ ନେଇଥିଲେ ଏବଂ ତାଙ୍କର କାର୍ଯ୍ୟକାଳ ୫ ବର୍ଷ। ଯଦି ୟୁନୁସଙ୍କୁ ରାଷ୍ଟ୍ରପତି କରାଯାଏ, ତେବେ ଏହା ଏକ ବଡ଼ ସାମ୍ବିଧାନିକ ପରିବର୍ତ୍ତନ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri