ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ସୂଚନା ମୁତାବକ, ବୁଧବାର ସକାଳେ ଉକ୍ତ ଗ୍ରାମରେ ବାଲିପଟା ଯାତ୍ରା ଦେଖିବା ପରେ ରାତିରେ ନାଟକ ପରିବେଷିତ ହେଉଥିଲା। ଏହା ଦେଖିବାକୁ ରାୟଗଡ଼ା ଜିଲ୍ଲା କାଶୀପୁର ଥାନା ଅନ୍ତର୍ଗତ ଭାଟିପାସ ଗ୍ରାମର ମାସିଆ ମାଝୀଙ୍କ ବିବାହିତ ପୁଅ ଲକ୍ଷ୍ମଣ ଆସିଥିଲେ। ହେଲେ ଗୁରୁବାର ତାଙ୍କ ମୃତ୍ୟୁ ସଂପର୍କରେ ଜଣାପଡ଼ିବା
ପରେ ଥୁଆମୂଳ ରାମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।

ସାଇଣ୍ଟିଫିକ୍ ଟିମ୍ ଏବଂ ସନ୍ଧାନୀ କୁକୁର ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତରେ ସାମିଲ ହୋଇଥିଲେ। ମୃତ ଶରୀରର ବିଭିନ୍ନ ସ୍ଥାନରେ କୌଣସି ଅସ୍ତ୍ରଶାସ୍ତ୍ରରେ ଆଘାତ କରିଥିବା ସହ ପ୍ରାୟ ୧୫ ରୁ ୨୦ ମିଟର ଘୋଷାଡ଼ି ନେଇଥିବା ରକ୍ତର ଦାଗ ସବୁ ରହିଛି। ପାରିପାର୍ଶ୍ଵକ ସ୍ଥିତିରୁ ଏହା ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି ।

ଅନ୍ୟପଟେ ଏହି ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିବା ବେଳେ ଘଟଣାସ୍ଥଳରେ ଥାନା ଅଧିକାରୀ କୈବଲ୍ୟ ସେଠଙ୍କ ସମେତ ସୁରକ୍ଷା ବଳ ନିୟୋଜିତ ହୋଇଥିଲା ଏବଂ ଶୁକ୍ରବାର ସକାଳେ ଥୁଆମୂଳ ରାମପୁର ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଥାନା ପକ୍ଷରୁ ସୂଚନା ମିଳିଛି। ଏନେଇ କେସ ନଂ-୦୪/୨୫ ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri