Posted inଖେଳ

କ୍ରିକେଟକୁ ଅଲ୍‌ବିଦା କଲେ ୨୦୦୭ ଟି୨୦, ୨୦୧୧ ବିଶ୍ୱକପ୍‌ ହିରୋ

ନୂଆଦିଲ୍ଲୀ,୨୬।୨: ପୂର୍ବତନ ଭାରତୀୟ ଅଲରାଉଣ୍ଡର ୟୁସୁଫ ପଠାନ ଶୁକବ୍ରାର ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ବଡ଼ ଭାଇ ୟୁସୁଫ ୨୦୦୭ ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ଆଉ ୨୦୧୧ରେ ତାଙ୍କ ପ୍ରତିନିଧିତ୍ୱରେ ଭାରତ ହାତେଇଥିଲା ଆଇସିସି ବିଶ୍ୱକପ୍‌।

” ମିଳିଥିବା ସମର୍ଥନ ଓ ଭଲ ପାଇବା ପାଇଁ ମୋ ପରିବାର, ବନ୍ଧୁ, ପ୍ରଶଂସକ, ଦଳ, କୋଚ୍‌ ଓ ପୂରା ଦେଶକୁ ହୃଦୟରୁ ଧନ୍ୟବାଦ ଦେଉଛି “ ବୋଲି ୟୁସୁଫ ଟୁଇଟ୍‌ କରି ଅବସର ଘୋଷଣା କରିଛନ୍ତି। ଏହି ପୋଷ୍ଟରେ ଉଭୟ ବିଶ୍ୱକପ୍‌ର ଦୁଇଟି ଫଟୋ ମଧ୍ୟ ଶେୟାର କରିଛନ୍ତି ୟୁସୁଫ।

୨୦୦୭ରେ ଟିମ୍‌ ଇଣ୍ଡିଆ ପାଇଁ ପଦାର୍ପଣ କରିଥିବା ୟୁସୁଫ ଅନ୍ତର୍ଜାତୀୟ ସ୍ତରରେ ଖେଳିଥିଲେ ମୋଟ ୭୯ଟି ମ୍ୟାଚ୍‌। ୫୭ ଦିନିକିଆ ମ୍ୟାଚ୍‌ରେ ଦୁଇଟି ଶତକ ସହ ୮୧୦ ରନ ଓ ୨୨ଟି ଟି୨୦ ମ୍ୟାଚ୍‌ରେ ୨୩୬ ରନ୍‌ ସଂଗ୍ରହ କରିଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri