Posted inଖେଳ

ଅଭିଷେକଙ୍କ ଶତକକୁ ନେଇ ଗୁରୁ ଯୁବରାଜ ସିଂ କହିଲେ ଆଗକୁ ଆହୁରି ଅଛି…

ନୂଆଦିଲ୍ଲୀ, ୦୮।୦୭: ଅଭିଷେକ ଶର୍ମା ତାଙ୍କ ଅନ୍ତର୍ଜାତୀୟ କ୍ରିକେଟ୍‌ର ଡେବ୍ୟୁ ମ୍ୟାଚ୍‌ରେ ଫ୍ଲପ୍‌ ହୋଇଥିଲେ । ସେ ଜିମ଼୍ବାୱେ ବିପକ୍ଷରେ ପ୍ରଥମ-୨୦ ମ୍ୟାଚ୍‌ରେ ଓପନର୍‌ ଭାବେ ମଇଦାନକୁ ଓହ୍ଲାଇଥିବା ବେଳେ ଶୂନ ରନ୍‌ରେ ଆଉଟ୍‌ ହୋଇ ପାଭିଲିୟନ୍‌ ଫେରିଥିଲେ । କିନ୍ତୁ ରବିବାର ଖେଳା ଯାଇଥିବା ଦ଼୍ବିତୀୟ ମ୍ୟାଚ୍‌ରେ ସେ ଜବରଦସ୍ତ ପ୍ରଦର୍ଶନ କରି ଶତକୀୟ ପାଳି ଖେଳିଥିଲେ । ସେ ୪୭ ବଲ୍‌ରେ ଶତକ ହାସଲ କରିଥିଲେ । ଯେଉଁଥିରେ ୭ ଚୌକା ଏବଂ ୮ ଛକା ସାମିଲ୍‌ । ଅଭିଷେକଙ୍କର ଏହା ପ୍ରଥମ ଅନ୍ତର୍ଜାତୀୟ ଶତକ । ଯାହାକୁ ନେଇ ଗୁରୁ ଯୁବରାଜ ସିଂ ତାଙ୍କର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସେ ଅଭିଷେକଙ୍କ ମେଣ୍ଟର । ଯୁବରାଜ ଅଭିଷେକଙ୍କର ୧୩୨ ସେକେଣ୍ଡର ଏକ ଭିଡିଓ ସେୟାର କରିଛନ୍ତି । ଯେଉଁଥିରେ ସେ କଠିନ ପରିଶ୍ରମ କରୁଥିବା ଦେଖାଯାଉଛନ୍ତି ।

ଯୁବରାଜ କହିଛନ୍ତି ଯେ, ଗୋଟିଏ ଦିନରେ କିଛି ହେବ ନାହିଁ । କିନ୍ତୁ ସଫଳତା ପାଇବା ପାଇଁ ଲାଗାତାର ପରିଶ୍ରମ କରିବାକୁ ପଡ଼ିବ । ସୋମବାର ସେ ଅଭିଷେକଙ୍କ ଟ୍ରେନିଂ ସମୟର ଭିଡିଓ ସେୟାର କରି ଲେଖିଛନ୍ତି ଯେ, ନିରନ୍ତର ପ୍ରୟାସ ହିଁ ସଫଳତାର ଚାବିକାଠି । ପ୍ରଥମ ଅନ୍ତର୍ଜାତୀୟ ଶତକ ପାଇଁ ଅଭିଷେକଙ୍କୁ ଶୁଭେଚ୍ଛା । ଆଗକୁ ଏମିତି ବି ଜାରି ରହିବ ବୋଲି ସେ ଏଥିରେ ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri