Posted inଖେଳ

୪୨ ବର୍ଷର ହେଲେ ଯୁବରାଜ

ନୂଆଦିଲ୍ଲୀ,୧୨।୧୨: ଯଦିଭାରତୀୟ କ୍ରିକେଟ ଦଳର ଇତିହାସରେ ଶ୍ରେଷ୍ଠ ଖେଳାଳିଙ୍କ ତାଲିକା ପ୍ରସ୍ତୁତ କରାଯାଏ, ତେବେ ଯୁବରାଜ ସିଂଙ୍କ ନାମ ନିଶ୍ଚିତ ଭାବେ ଟପ -୫ ରେ ରହିବ। କେବଳ ଗୋଟିଏ ନୁହେଁ ଭାରତ ଦୁଇଟି ବିଶ୍ୱକପ ଜିତିବାରେ ଯୁବରାଜ ସିଂ ଏକ ଗୁରୁତ୍ୱପୂର୍ଣ୍ଣ ତଥା ବିଶେଷ ଭୂମିକା ଗ୍ରହଣ କରିଛନ୍ତି। ଆଜି ଯୁବରାଜ ସିଂଙ୍କୁ ୪୨ ବର୍ଷ ବୟସ ହୋଇଛି ଏବଂ ସେ ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି।

ଯୁବରାଜ ସିଂ ୧୨ ଡିସେମ୍ବର ୧୯୮୧ରେ ଜନ୍ମଗ୍ରହଣ କରିଥିଲେ। ପଞ୍ଜାବର ରାଜଧାନୀ ଚଣ୍ଡିଗଡ଼ର ବାସିନ୍ଦା ଯୁବରାଜ ମାତ୍ର ୧୯ବର୍ଷ ବୟସରେ କ୍ରିକେଟରେ ଡେବ୍ୟୁ କରିଥିଲେ। ସେ ପ୍ରଥମେ ୩ଅକ୍ଟୋବର ୨୦୦୦ରେ ନିଜର ଓଡିଆଇ ଡେବ୍ୟୁ କରିଥିଲେ, ଏବଂ ପରେ ୧୬ଅକ୍ଟୋବର ୨୦୦୩ରେ ଟେଷ୍ଟ ଫର୍ମାଟରେ ଡେବ୍ୟୁ କରିଥିବାବେଳେ ତାଙ୍କର ଟି୨୦ ଡେବ୍ୟୁ ୧୩ସେପ୍ଟେମ୍ବର ୨୦୦୭ରେ ହୋଇଥିଲା।
ସେ ଜଣେ ବାମହାତୀ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଥିଲେ, ଯିଏକି ଧଳା ବଲ କ୍ରିକେଟରେ ଦୀର୍ଘ ବର୍ଷ ଧରି ଟିମ ଇଣ୍ଡିଆର ୪ନମ୍ବର ସ୍ଥାନ ଅଧିକାର କରିଥିଲେ। ଏହା ବ୍ୟତୀତ ଯୁବରାଜ ବାମ ହାତ ସ୍ଲୋ ଅର୍ଥଡକ୍ସ ସ୍ପିନ ବୋଲିଂ କରୁଥିଲେ ଏବଂ ତାଙ୍କ ବୋଲିଂ ଆଧାରରେ ସେ ଟିମ ଇଣ୍ଡିଆକୁ ଅନେକ ଥର ବଡ଼ ମ୍ୟାଚ ଜିତିବାରେ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?