Posted inଖେଳ

ଫାଷ୍ଟ ଆଣ୍ଡ ଫ୍ୟୁରିୟସ ହେଲେ ଏହି କ୍ରିକେଟର

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ ଏବେ ପୁଣି ଥରେ ଚର୍ଚ୍ଚାରେ। ସୟଦ ମୁସ୍ତାକ ଅଲି ଟ୍ରଫିରେ ଯୁବରାଜଙ୍କୁ ସାମିଲ କରାଯାଇଥିଲେ ମଧ୍ୟ ବିସିସିଆଇ ତାଙ୍କୁ ଖେଳିବାକୁ ଅନୁମତି ଦେଇ ନ ଥିଲା। ହେଲେ ଏବେ ଯୁବରାଜ ପୁଣି ଥରେ ଚର୍ଚ୍ଚାକୁ ଆସିବାର କାରଣ ହେଉଛି ତାଙ୍କର ସ୍ପୋର୍ଟସ କାର।
ଯୁବରାଜ ଗାଡିର ବହୁତ ସୌଖୀନ। ତାଙ୍କ ପାଖରେ ଅନେକ ଗୁଡିଏ ଦାମୀ କାର ରହିଛି। ଏବେ ଏହି ତାଲିକାରେ ଆଉ ଗୋଟିଏ କାର ସାମିଲ ହୋଇଯାଇଛି। ଯୁବରାଜ ବ୍ରିଟିଶ କମ୍ପାନୀର ମିନି କୁପରର କଣ୍ଟ୍ରିମ୍ୟାନ୍‌ ସ୍ପୋର୍ଟସ କାର କିଣିଛନ୍ତି। ଯାହାର ମୂଲ୍ୟ ୪୨.୪ ଲକ୍ଷ ଟଙ୍କା। ଏହି ଗାଡିର ବିଶେଷତ୍ୱ ହେଉଛି ଏହାର ଗତି। ଏହି ଗାଡ଼ି ୭.୫ ସେକେଣ୍ଡରେ ୦-୧୦୦ କିମି ବେଗରେ ଗତି କରିଥାଏ। ମିନି କୁପରର କଣ୍ଟ୍ରିମ୍ୟାନ୍‌ ସ୍ପୋର୍ଟସ କାରର ୨ଟି ଭେରାଇଟି ରହିଛି। ଗୋଟିଏର ମୂଲ୍ୟ ୩୮.୫ ଲକ୍ଷ ଟଙ୍କା ରହିଥିବା ବେଳେ ଅନ୍ୟଟିର ରହିଛି ୪୨.୪ ଲକ୍ଷ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri