Posted inଖେଳ

ଅବସରରୁ ପ୍ରତ୍ୟାବର୍ତ୍ତନ ପାଇଁ ବିସିସିଆଇକୁ ଚିଠି ଲେଖିଲେ ଯୁବି

ନୂଆଦିଲ୍ଲୀ,୯।୯(ପି.ଟି.): ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ମହାନ ଅଲରାଉଣ୍ଡର ଯୁବରାଜ ସିଂ ଅବସରରୁ ପ୍ରତ୍ୟାବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଚିଠି ଲେଖି ଜଣାଇଛନ୍ତି। ଅବସର ନେବା ପରେ ପଞ୍ଜାବ କ୍ରିକେଟ ଆସୋସିଏଶନ (ପିସିଏ) ତାଙ୍କୁ ପ୍ରତ୍ୟାବର୍ତ୍ତନ କରିବାକୁ ଅନୁରୋଧ କରିଆସୁଥିଲା।
୨୦୧୧ ବିଶ୍ୱକପ୍‌ରେ ପ୍ଲେୟାର ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିବା ଯୁବରାଜ ଗତ ଜୁନ୍‌ରେ କ୍ରିକେଟର ସବୁ ଫର୍ମାଟରୁ ଅବସର ଘୋଷଣା କରିଥିଲେ। ପଞ୍ଜାବ କ୍ରିକେଟର ବୃହତ୍ତର ସ୍ବାର୍ଥ ପାଇଁ ପିସିଏ ସମ୍ପାଦକ ପୁନୀତ ବାଲି ତାଙ୍କ ପ୍ରଥମେ ଅବସରରୁ ପ୍ରତ୍ୟାବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଥିଲେ। ଅତିକମ୍‌ରେ ଟି୨୦ ଫର୍ମାଟରେ ପୁଣି ଥରେ କ୍ରିକେଟ ଖେଳିବାକୁ ଯୁବରାଜ ରାଜି ହୋଇଛନ୍ତି। ପଞ୍ଜାବ ଯୁବ କ୍ରିକେଟର ଶୁବମନ ଗିଲ, ଅଭିଷେକ ଶର୍ମା, ପ୍ରଭସିମରନ ସିଂ ଓ ଅନମୋଲପ୍ରୀତ ସିଂଙ୍କ ସହ ନେଟ୍ସରେ ଗତ କେତେ ମାସ ଅଭ୍ୟାସ କରିବା ପରେ ଯୁବରାଜ କ୍ରିକେଟ ପ୍ରତି ତାଙ୍କ ଭଲ ପାଇବାକୁ ପୁଣି ଥରେ ଆବିଷ୍କାର କରିଛନ୍ତି। ଯୁବି ଏ ନେଇ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଚିଠି ଲେଖିଛନ୍ତି ବୋଲି ବାଲି କହିଛନ୍ତି। ପଞ୍ଜାବ କ୍ରିକେଟକୁ ଅତିକମ୍‌ରେ ଆଉ ଗୋଟିଏ ବର୍ଷ ସମୟ ଦେବାକୁ ଯୁବିଙ୍କୁ ବାଲି ଅନୁରୋଧ କରିଛନ୍ତି। ପଞ୍ଜାବ କ୍ରିକେଟ ଯୁବିଙ୍କୁ ଏବେ ମଧ୍ୟ ଚାହୁଁଛି। ଏବେ ଗାଙ୍ଗୁଲିଙ୍କଠାରୁ ଜବାବ ମିଳିବ ବୋଲି ବାଲି ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri