Posted inଖେଳ

ଅବସରରୁ ଫେରିବାକୁ ଯାଉଛନ୍ତି ଯୁବରାଜ

ନୂଆଦିଲ୍ଲୀ,୨।୧୧: ବିଶ୍ୱକପ୍‌ ଚାମ୍ପିୟନ ଦଳର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଆସନ୍ତା ବର୍ଷ ଫେବୃୟାରୀରେ ଅବସରରୁ ଫେରି ପାରନ୍ତି। ଏ ନେଇ ସୋମବାର ମଧ୍ୟରାତିରେ ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ପବ୍ଲିକ ଡିମାଣ୍ଡ କାରଣରୁ ଅବସର ଘୋଷଣା କରିବାର ଦୁଇ ବର୍ଷ ପରେ ପ୍ରଖ୍ୟାତ ଅଲରାଉଣ୍ଡର ପୁଣି କ୍ରିକେଟ ପଡ଼ିଆକୁ ଓହ୍ଲାଇବାକୁ ଚିନ୍ତା କରୁଛନ୍ତି।

୨୦୧୭ ଜାନୁୟାରୀରେ କଟକଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଯୁବି ୧୫୦ ରନ୍‌ର ବିସ୍ଫୋରକ ପାଳି ଖେଳିଥିଲେ। ଏହା ଥିଲା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତିମ ଶତକ। ଏହି ଇନିଂସର ଏକ ଭିଡିଓ ଶେୟାର କରିଛନ୍ତି ୩୯ ବର୍ଷୀୟ ଯୁବି। ଏଥିସହ ଲେଖିଛନ୍ତି, “ଇଶ୍ୱର ଭାଗ୍ୟ ନିର୍ଣ୍ଣୟ କରନ୍ତି। ପବ୍ଲିକ ଡିମାଣ୍ଡରେ ମୁଁ ଫେବୃୟାରୀରେ ପିଚ୍‌କୁ ଫେରିବାକୁ ଆଶା ରଖିଛି। ଆପଣମାନଙ୍କ ଭଲ ପାଇବା ଓ ଶୁଭେଚ୍ଛା ମୋ ପାଇଁ ଖୁବ୍‌ ମାନେ ରଖେ। ଟିମ୍‌ ଇଣ୍ଡିଆକୁ ସମର୍ଥନ କରିବା ଜାରି ରଖ। ଏହା ଆମ ଦଳ। ଜଣେ ସଚ୍ଚୋଟ ପ୍ରଶଂସକ ଖରାପ ସମୟରେ ହିଁ ସମର୍ଥନ ଦିଏ”।

ତେବେ ଭାରତୀୟ ଦଳରେ ସ୍ଥାନ ପାଇବା ପାଇଁ ନା ଟି୨୦ ଲିଗ୍‌ରେ ଖେଳିବା ଲାଗି ସେ ଅବସରରୁ ଫେରିବାକୁ ଯାଉଛନ୍ତି, ତାହା ଜଣା ପଡ଼ିନାହିଁ। ୨୦୧୧ ବିଶ୍ୱକପ୍‌ରେ ପ୍ଲେୟାର ଅଫ୍‌ ଦି ଇୟର ପୁରସ୍କାର ପାଇଥିବା ଅଲରାଉଣ୍ଡର ୨୦୧୯ ଜୁନରେ ଅବସର ଘୋଷଣା କରିଥିଲେ। ଉଲ୍ଲେଖଯୋଗ୍ୟ, ଭାରତ ପାଇଁ ୨୦୦୦ରେ ପର୍ଦାପଣ କରିଥିବା ଯୁବି ମୋଟ ଉପରେ ୩୦୪ ଦିନିକିଆ ( ୮,୭୦୧ ରନ୍‌ ) ଓ ୪୦ ଟେଷ୍ଟ (୧,୯୦୦ ରନ୍‌)ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?