ଭାଜପାରେ ଯୋଗଦେବେ ଯୁବରାଜ! ଏହି ଆସନରୁ ଲଢିପାରନ୍ତି

ନୂଆଦିଲ୍ଲୀ,୨୨।୨:ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବର ରାଜନୀତିରେ ଗତ କିଛି ଦିନ ହେବ ଚର୍ଚ୍ଚାର ବଜାର ଗରମ ହୋଇଛି। ଅନେକ ନେତାଙ୍କ ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ଯୋଗଦେବାର ଖବର ମଧ୍ୟ ରହିଛି।
ଏହା ପୂର୍ବରୁ ପଞ୍ଜାବ କଂଗ୍ରେସର ପୂର୍ବତନ ମୁଖ୍ୟ ନବଜୋତ ସିଂ ସିଦ୍ଧୁ ଭାରତୀୟ ଜନତା ପାର୍ଟି ସହିତ ହାତ ମିଳାଇପାରନ୍ତି ବୋଲି ଆଲୋଚନା ହୋଇଥିଲା, କିନ୍ତୁ ସିଦ୍ଧୁ ଏହାକୁ ସଂପୂର୍ଣ୍ଣ ଭାବେ ଅସୱୀକାର କରିଥିଲେ। ଏବେ ରାଜନୈତିକ ସର୍କଲରେ ଏକ ଆଲୋଚନା ଚାଲିଛି ଯେ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ ଭାଜପାରେ ଯୋଗ ଦେଇପାରନ୍ତି କିନ୍ତୁ କ୍ରିକେଟର ଏପର୍ଯ୍ୟନ୍ତ ଏହାକୁ ନିଶ୍ଚିତ କରିନାହାଁନ୍ତି।
ଚର୍ଚ୍ଚା ହେଉଛି ଯେ ଲୋକ ସଭା ନିର୍ବାଚନ ପୂର୍ବରୁ ଯୁବରାଜ ଭାଜପାରେ ଯୋଗ ଦେଇପାରନ୍ତି ଏବଂ ତାଙ୍କୁ ଗୁରୁଦାସପୁର ଲୋକ ସଭା ଆସନରୁ ଫିଲ୍ଡିଂ କରାଯାଇପାରେ। ଗତ ଲୋକ ସଭା ନିର୍ବାଚନରେ ଅଭିନେତା ସନ୍ନି ଦେଓଲ ଗୁରୁଦାସପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଜିତିଥିଲେ। ଏହି ଆସନରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଦେଓଲ ଆଗ୍ରହୀ ନୁହଁନ୍ତି, ଯେଉଁ କାରଣରୁ ଭାଜପା ଗୁରୁଦାସପୁର ଆସନ ପାଇଁ ନୂଆ ଚେହେରା ଖୋଜିବା ଆରମ୍ଭ କରି ଦେଇଛି। ଏହାପୂର୍ବରୁ ଏମ୍‌ପି ମନୀଷ ତିୱାରୀ ମଧ୍ୟ ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri