Posted inଖେଳ

ଆଜିର ଦିନରେ ଇତିହାସ ରଚିଥିଲେ ଯୁବରାଜ

ନୂଆଦିଲ୍ଲୀ,୧୯।୯: ସେପ୍ଟେମ୍ବର ୧୯, ୨୦୦୭, ସ୍ଥାନ- ଦକ୍ଷିଣ ଆଫ୍ରିକାର ଡର୍ବାନ ଗ୍ରାଉଣ୍ଡରେ ଭାରତର ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ ଇତିହାସ ରଚିଥିଲେ। ୧୪ ବର୍ଷ ପୂର୍ବେ ଏହି ଦିନ ଯୁବରାଜ କ୍ରମାଗତ ୬ ଟି ବଲରେ ୬ ଟି ଛକା ମାରିଥିଲେ। ସେ ପେସର୍‌ ଷ୍ଟୁଆର୍ଟ ବ୍ରଡଙ୍କୁ ଟାର୍ଗେଟ କରିଥିଲେ ଏବଂ ତାଙ୍କ ଜ୍ୱଳନ୍ତ ଇନିଂସରେ ୧୨ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ୟୁଭିଙ୍କ ଏହି ରେକର୍ଡ ଆଜି ବି ଅକ୍ଷୁର୍ଣ୍ଣ ରହିଛି।
୨୦୦୭ ଟି -୨୦ ବିଶ୍ୱକପରେ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଦଳର ତତ୍କାଳୀନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଡର୍ବାନ ଗ୍ରାଉଣ୍ଡରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବୀରେନ୍ଦ୍ର ସେହ୍ବାଗ ୫୮ ଏବଂ ଗୌତମ ଗମ୍ଭୀର ୬୮ ରନ ସ୍କୋର କରି ୧୪.୪ ଓଭରରେ ୧୩୬ ରନର ଓପନିଂ ଭାଗିଦାରୀ କରିଥିଲେ। ରବିନ ଉଥାପ୍ପା ଭାବରେ ଭାରତର ତୃତୀୟ ଉଇକେଟ ଖସିଯିବା ପରେ ଯୁବରାଜ ସିଂ ପଡ଼ିଆକୁ ଆସିଥିଲେ। ୟୁଭିଙ୍କ ସହ ଧୋନୀ ମଧ୍ୟ କ୍ରିଜରେ ଉପସ୍ଥିତ ଥିଲେ। ଇନିଂସର ୧୯ତମ ଓଭରରେ ୟୁଭି ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ଟି ଛକା ମାରିଥିଲେ। ରୋହିତ ଶର୍ମା ଏହି ମ୍ୟାଚରୁ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟରେ ଡେବ୍ୟୁ କରିଥିଲେ ମଧ୍ୟ ତାଙ୍କୁ ବ୍ୟାଟିଂ କରିବାର ସୁଯୋଗ ମିଳି ନଥିଲା।
ଏହି ମ୍ୟାଚରେ ଯୁବରାଜ ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ସେ ପ୍ରଥମ ବ୍ୟାଟ୍ସମ୍ୟାନ ହୋଇ ଟି -୨୦ ଫର୍ମାଟରେ ଅନ୍ତର୍ଜାତୀୟ ସ୍ତରରେ ଏକ ଓଭରରେ ଲଗାତାର ୬ ଟି ଛକା ମାରିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ହର୍ସେଲ ଗିବ୍ସଙ୍କ ପରେ ସେ ଦ୍ୱିତୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ଯୁବରାଜ ୧୨ ଟି ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ, ଯାହା ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ଦ୍ରୁତତମ ପଚାଶ ଅଟେ। ଯୁବରାଜ ୩ଟି ଚୌକା ଓ ୭ ଛକା ସହାୟତାରେ ୧୬ ବଲ୍‌ରୁ ୫୮ ରନର ସଂଗ୍ରହ କରିଥିଲେ। ତାଙ୍କର ଷ୍ଟ୍ରାଇକ ହାର ୩୬୨.୫୦ ଥିଲା। ଭାରତ ଏହି ମ୍ୟାଚ୍‌ରେ ୪ ଉଇକେଟ୍‌ ହରାଇ ୨୧୮ ରନ ସଂଗ୍ରହ କରିଥିଲା ଏବଂ ଇଂଲଣ୍ଡ ଦଳ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୨୦୦ ରନ ସ୍କୋର କରିପାରିଥିଲା। ଫଲରେ ଭାରତ ଏହି ମ୍ୟାଚକୁ ୧୮ ରନରେ ଜିତିଥିଲା ଏବଂ ୟୁଭି ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri