Posted inଖେଳ

ଚହଲଙ୍କ ପାଇଁ ପୁଣି ପଡିଆକୁ ଫେରିବେ ଯୁବରାଜ ସିଂ, ଜାଣନ୍ତୁ କାହିଁକି

ଆଇପିଏଲ ୨୦୨୦ର ଏକ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର କୋଲକାତା ନାଇଟ ରାଇଡର୍ସକୁ ୮୨ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ଆରସିବି ପାଇଁ ପ୍ରଥମେ ଏବି ଡି ଭିଲିୟର୍ସ ଧୂଅଁାଧାର ବ୍ୟାଟିଂ ଏବଂ ପରେ ବୋଲରଙ୍କ ଭଲ ବୋଲିଂ ବଳରେ ଜିତିଥିଲା। ଆରସିବି ପକ୍ଷରୁ କ୍ରିସ ମରିସ ଏବଂ ୱାଶିଂଟନ ସୁନ୍ଦର ୨-୨ ଉଇକେଟ ନେଇଥିଲେ। ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ମଧ୍ୟ ଭଲ ବୋଲିଂ କରିଥିଲେ। ୪ ଓଭରରେ ଚହଲ ମାତ୍ର ୧୨ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ। ଏହି ମ୍ୟାଚ ପରେ ୟୁଜବେନ୍ଦ୍ର ଚହଲ ତାଙ୍କ ଅଫିସିଆଲ ଟୁଇଟରରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ କ୍ୟାପସନରେ ଲେଖିଛନ୍ତି, କେବଳ ଜଣେ ଖେଳାଳି ବିଶେଷ କିଛି କରିପାରିବ ନାହିଁ। ସମ୍ପୂର୍ଣ୍ଣ ଦଳର ପ୍ରଦର୍ଶନ ବିଜୟରେ ଗୁରୁତ୍ୱପୂର୍ଣ୍ଣ। ଚହଲଙ୍କ ଏହି ଟୁଇଟରେ ଭାରତୀୟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂ ଏକ ମଜାଳିଆ ଉତ୍ତର ଦେଇଛନ୍ତି। ଯୁବରାଜ ଲେଖିଛନ୍ତି – ତୁମେ କାହାକୁ ମାରିବାକୁ ଦେଉ ନାହଁ! ଜଣାପଡୁଛିି ମୋତେ ପୁଣିଥରେ ପଡିଆକୁ ଫେରିବାକୁ ପଡିବ! ଚହଲ ଏହାର ଉତ୍ତରରେ କହିଛନ୍ତି ଭାଇ, ମୁଁ ୩ଟି ବଲରେ ୩ଟି ଛକା ମନେ ରଖିଛି। ସୂଚନାଯୋଗ୍ୟ, ୨୦୧୯ ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳୁଥିବା ଯୁବରାଜ ସିଂ ଚହଲଙ୍କ ୩ଟି ବଲରୁ ୩ଟି ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri