Posted inଖେଳ

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬ ବଲରେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ସେ ୨୭୪ ଷ୍ଟ୍ରାଇକ ହାରରେ ୨୩ ବଲ ଖେଳି ୬୩ ରନ ସଂଗ୍ରହ କରି ଥିଲେ। ସେ ମଧ୍ୟ ଏହି ଇନିଂସରେ ୩ ଚୌକା ଓ ୭ଟି ଛକା ମାରିଥିଲେ। ସେ ଟ୍ରାଭିସ ହେଡଙ୍କ ସହ ମାତ୍ର ୨୨ ବଲରେ ୬୮ ରନର ଭାଗିଦାରୀ କରି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂକୁ ଧ୍ୱସ୍ତ କରିଥିଲେ। ଅଭିଷେକ ଶର୍ମା ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ମଧ୍ୟରେ ଥିବା ବନ୍ଧନ ବିଷୟରେ କିଏ ଅବଗତ ନାହିଁ। ଯୁବରାଜ ବର୍ତ୍ତମାନ ଅଭିଷେକଙ୍କୁ ଏକ ନିଆରା ପ୍ରଶଂସା କରିଛନ୍ତି।
ଯୁବରାଜ ସିଂ ଏକ୍ସରେ କ୍‌ଅଭିଷେକ ଶର୍ମାଙ୍କୁ ପ୍ରଶଂସା କରି ଲେଖିଥିଲେ, ଓ୍ବାଓ! ସାର୍‌ ଅଭିଷେକ ଓ୍ବାଓ। ବହୁତ ଭଲ ଇନିଂସ କିନ୍ତୁ କେତେ ଜବରଦସ୍ତ ସଟ ଖେଳି ଆଉଟ୍‌ ହୋଇଥିଲ। ଅଭିଷେକଙ୍କୁ ସ୍ବତନ୍ତ୍ର ଚପଲ ଅପେକ୍ଷା କରିଛି। ହେନ୍ରିଚ କ୍ଲାସେନ ମଧ୍ୟ ଏକ ଭଲ ଇନିଂସ ଖେଳିଥିଲେ।
ଅଭିଷେକ ମଧ୍ୟ ପଞ୍ଜାବରୁ ଆସିଛନ୍ତି, ତେଣୁ ତାଙ୍କୁ ତାଙ୍କ କ୍ୟାରିୟରରେ ଯୁବରାଜଙ୍କ ଠାରୁ ବହୁତ ସମର୍ଥନ ମିଳିଛି। ସୟଦ ମୁସ୍ତାକ ଅଲି ଟ୍ରଫି ୨୦୨୩-୨୪ରେ ଅଭିଷେକ ମୋଟ ୪୮୫ ରନ ସଂଗ୍ରହ କରି ଟ୍ରଫି ଜିତିବାରେ ପଞ୍ଜାବରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ। ସେହି ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ ପାଇଁ ସେ ଯୁବରାଜ ସିଂଙ୍କୁ ଶ୍ରେୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି।...

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ...

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା...

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ...

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ...

ନିର୍ବନ୍ଧ -ବିବାହକୁ ନେଇ କନଫର୍ମ କଲେ ପ୍ରିୟଙ୍କା ଗାନ୍ଧୀ, ପୁଅ, ବୋହୂଙ୍କ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୩।୧: କଂଗ୍ରେସ ମହାସଚିବ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଶେଷରେ ତାଙ୍କ ପୁଅ ରେହାନଙ୍କ ନିର୍ବନ୍ଧ ଏବଂ ବିବାହକୁ ନିଶ୍ଚିତ କରିଛନ୍ତି। ପ୍ରିୟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri