Posted inଖେଳ

ରୋହିତ ଶର୍ମାଙ୍କୁ ଚେତାବନୀ ଦେଇଥିଲେ ଯୁବରାଜ, ମୋ ଭଉଣୀଙ୍କୁ ଆଖି ପକାଇଲେ…

ଭାରତୀୟ ଓପନର୍‌ ରୋହିତ ଶର୍ମା ଏବଂ ତାଙ୍କ ସ୍ତ୍ରୀ ରିତିକା ସଜଦେହ ଷ୍ଟାର୍‌ ଦମ୍ପତି ଭାବରେ ଜଣାଶୁଣା। ଆଜି ଉଭୟ ବିବାହର ଷଷ୍ଠ ବାର୍ଷିକୀ ପାଳନ କରୁଛନ୍ତି। ଯେତେବେଳେ ବି ରୋହିତ ପଡ଼ିଆରେ ଥାଆନ୍ତି, ସେତେବେଳେ ରିତିକା ଷ୍ଟାଡିୟମରେ ବିବ୍ରତ ଦେଖାଯାନ୍ତି। ରୋହିତ ଏବଂ ରିତିକା ଦୀର୍ଘ ସମୟ ଧରି ପରସ୍ପରକୁ ଜାଣିଛନ୍ତି। ରୋହିତ ଅନେକ ଥର କହିଛନ୍ତି ଯେ, ରିତିକା ତାଙ୍କୁ ସର୍ବଦା ସମର୍ଥନ କରିଆସୁଛନ୍ତି, କିନ୍ତୁ ସେମାନଙ୍କର ପ୍ରଥମ ସାକ୍ଷାତର କାହାଣୀ ଅତ୍ୟନ୍ତ କୌତୁହଳପୂର୍ଣ୍ଣ। ରୋହିତ ଏକ ୟୁଟ୍ୟୁବ ଶୋ’ରେ ଏ ବିଷୟରେ କହିଥିଲେ। ଏହି ସମୟରେ ରୋହିତ ରିତିକାଙ୍କ ସହ ତାଙ୍କର ପ୍ରଥମ ସାକ୍ଷାତ ବିଷୟରେ କହିଥିଲେ। ସେ କହିଥିଲେ ଯେ, ରିତିକା ସବୁବେଳେ ଭଲ ଏବଂ ଖରାପ ସମୟରେ ତାଙ୍କ ପାଖରେ ଛିଡା ହୋଇଥିଲେ ଏବଂ ଦୁହେଁ ମଧ୍ୟ ବହୁତ ଭଲ ବନ୍ଧୁ ଥିଲେ।
ରିତିକାଙ୍କ ସହ ପ୍ରଥମ ସାକ୍ଷାତରେ ତାଙ୍କୁ ଏକ ଚେତାବନୀ ମିଳିଥିଲା। ଚେତାବନୀ ଦେଇଥିଲେ ଭାରତର କିମ୍ବଦନ୍ତୀ ଖେଳାଳି ଯୁବରାଜ ସିଂ। ଯୁବରାଜ ରିତିକାଙ୍କୁ ଭଉଣୀ ବୋଲି ଭାବନ୍ତି ଏବଂ ସେ ମଧ୍ୟ ତାଙ୍କ ହାତରେ ରାଖୀ ବାନ୍ଧନ୍ତି। ରୋହିତ ଏବଂ ରିତିକା ପ୍ରଥମ ଥର ପାଇଁ ସାକ୍ଷାତ ହୋଇଥିଲେ, ସେତେବେଳେ ଯୁବରାଜ, ରୋହିତ ଏବଂ ଇରଫାନ ପଠାନଙ୍କ ଏକ ବିଜ୍ଞାପନ ଶୁଟିଂ ଚାଲିଥିଲା। ଏହି ସମୟରେ ରୋହିତ ରିତିକାଙ୍କ ଆଡକୁ ଅନାଇବା ମାତ୍ରେ ଯୁବରାଜ ତାଙ୍କୁ କହିଥିଲେ – ତାଙ୍କ ଆଡକୁ ଦେଖ ନାହିଁ, ସେ ମୋର ଭଉଣୀ। ରିତିକା ସ୍ପୋଟର୍‌ସ ମ୍ୟାନେଜର୍‌ ଭାବରେ କାମ କରୁ୍‌ଥିବାରୁ ସେଠାରେ ଉପସ୍ଥିତ ଥିଲେ। ଏହା ଉପରେ ରୋହିତ ମଧ୍ୟ ଯୁବରାଜଙ୍କୁ କହିଥିଲେ, ଭାଇ ମୁଁ ତୁମକୁ ଭେଟିବାକୁ ଆସିଛି । ତେବେ ଶୁଟିଂ ପରେ ରିତିକା ରୋହିତଙ୍କ ନିକଟକୁ ଯାଇ କହିଥିଲେ – ଯଦି କୌଣସି ଅସୁବିଧା ଅଛି, ତେବେ ଆପଣ ମୋତେ କହିପାରିବେ। ପରେ, ଦୁହେଁ ବନ୍ଧୁ ଆଉ ତା’ପରେ ପ୍ରେମିକ ହୋଇଗଲେ। ୨୦୧୫ରେ ଉଭୟ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri