ହାଇକୋର୍ଟ ଗଲେ ଯୁବରାଜ: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୯।୭: ବିଲଡରଙ୍କ ବିରୋଧରେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ ଯୁବରାଜ ସିଂଙ୍କୁ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିବାକୁ ପଡିଛି। ଯୁବରାଜ ସିଂଙ୍କ ଆବେଦନ ଉପରେ ଏକ ରିଏଲ ଇଷ୍ଟେଟ କମ୍ପାନୀକୁ ଦିଲ୍ଲୀ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ପୂର୍ବତନ ଭାରତୀୟ କିମ୍ବଦନ୍ତୀ ଏହି ସମସ୍ୟାର ସମାଧାନ ପାଇଁ ମଧ୍ୟସ୍ଥି ନିଯୁକ୍ତ କରିବାକୁ ଦାବି କରିଛି।
ଜଷ୍ଟିସ ସି. ହରିଶଙ୍କର ୟୁବିଙ୍କ ଆବେଦନ ଶୁଣାଣି କରି ବ୍ରିଲିଆଣ୍ଟ ଇଟୋଏଲ ପ୍ରାଇଭେଟ ଲିମିଟେଡଠାରୁ ଜବାବ ମାଗିଛନ୍ତି। ଯୁବରାଜ ବ୍ୟକ୍ତିତ୍ୱ ଅଧିକାରର ଉଲ୍ଲଂଘନ ଏବଂ ଫ୍ଲାଟ ବିତରଣରେ ବିଳମ୍ବ କରିଥିବା ଅଭିଯୋଗ କରିଛନ୍ତି।
୨୦୨୧ରେ ଯୁବରାଜ ଦିଲ୍ଲୀର ହାଉଜ ଖାସରେ ବ୍ରିଲିଆଣ୍ଟ ଇଟୋଏଲ ପ୍ରାଇଭେଟ ଲିମିଟେଡ ରେ ଏକ ଫ୍ଲାଟ ବୁକ କରିଥିଲେ। ସେତେବେଳେ ଫ୍ଲାଟର ମୂଲ୍ୟ ପ୍ରାୟ ୧୪.୧୦ କୋଟି ଟଙ୍କା ବୋଲି କୁହାଯାଉଥିଲା। ନଭେମ୍ବର ୨୦୨୩ରେ ସେ ଫ୍ଲାଟ ପାଇଥିଲେ, କିନ୍ତୁ ଯେତେବେଳେ ସେ ଫ୍ଲାଟକୁ ଦେଖିଲେ, ଏହାର ଗୁଣବତ୍ତା ନିମ୍ନମାନର ଥିଲା।
ୟୁଭି କହିଛନ୍ତି, ବିଲଡର ଫିଟିଙ୍ଗର ଗୁଣବତ୍ତା, ସାଜସଜ୍ଜା, ଆଲୋକୀକରଣ ନିମ୍ନମାନର କରିଛନ୍ତି। ଏହି କାରଣରୁ ଯୁବରାଜ ଫ୍ଲାଟ ହସ୍ତାନ୍ତର କରିବାରେ ବିଳମ୍ବ ଏବଂ ଏଥିରେ ଖରାପ ଗୁଣାତ୍ମକ ସାମଗ୍ରୀର ବ୍ୟବହାର ପାଇଁ କ୍ଷତିପୂରଣ ମାଗିଥିଲେ। ବିଲଡର ଏମଓୟୁ ସର୍ତ୍ତାବଳୀ ଉଲ୍ଲଂଘନ କରିଛନ୍ତି ବୋଲି ୟୁଭି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri