Posted inଖେଳ

ଗର୍ଲଫ୍ରେଣ୍ଡ୍‌ଙ୍କ ପାଇଁ ସଲମାନ ଖାନ୍‌ଙ୍କ ଗୀତରେ ଡ୍ୟାନ୍ସ କରିଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର୍‌ ୟୁଜବେନ୍ଦ୍ର ଚହଲ ଡାକ୍ତର ତଥା ୟୁଟ୍ୟୁବର୍‌ ଧନଶ୍ରୀ ବର୍ମାଙ୍କୁ ନିଜ ମନ ଦେଇ ବସିଛନ୍ତି। ଗତ ଅଗଷ୍ଟ ୮ରେ ଧନଶ୍ରୀଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଫଟୋ ଶେୟାର କରିଥିଲେ। ଏହାପରେ ଉଭୟ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରହୁଛନ୍ତି। ଏକ ସାକ୍ଷାତକାରରେ ଚହଲ କହିଥିଲେ, ଲକ୍‌ଡାଉନ୍‌ ସମୟରେ ଏକ ଡ୍ୟାନ୍ସ କ୍ଲାସରେ ସେ ଧନଶ୍ରୀଙ୍କୁ ଭେଟିଥିବା କହିଲେ। ପ୍ରଥମେ ଉଭୟଙ୍କ ଭର୍ଚୁଆଲ ଭାବରେ ଭେଟ ହେଉଥିଲା। ଧନଶ୍ରୀଙ୍କଠାରୁ ଡ୍ୟାନ୍ସ ଶିଖୁଥିଲେ ଚହଲ। ଅନ୍‌ଲାଇନ୍‌ ଓ୍ବାର୍କସପ୍‌ରେ ମଧ୍ୟ ସେ ଭାଗ ନେଇଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ଆରମ୍ଭ ହୋଇଯାଇଥିଲା। ଚହଲ ନିଜ ଗର୍ଲଫ୍ରେଣ୍ଡଙ୍କ ପାଇଁ ଏକ ଡ୍ୟାନ୍ସ ଭିଡିଓ ପ୍ରସ୍ତୁତ କରିଥିଲେ। ଅଭିନେତା ସଲମନ ଖାନଙ୍କ ଫିଲ୍ମ ‘ଭାରତ’ର ଏକ ଗୀତ ସ୍ଲୋ ମୋଶନରେ ଡ୍ୟାନ୍ସ କରିଥିଲେ। ଏହା ଦେଖି ବେଶ୍‌ ଖୁସି ହୋଇଯାଇଥିଲେ ଧନଶ୍ରୀ। ଏହି ଭିଡିଓକୁ ପରେ ସେ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଧନଶ୍ରୀ ପେଶାରେ ଜଣେ ଡାକ୍ତର। କିନ୍ତୁ ସେ ଡାକ୍ତରୀ କାର୍ଯ୍ୟ ନ କରି କୋରିଓଗ୍ରାଫୀରେ ନିଜ କ୍ୟାରିୟର ଆଗକୁ ବଢାଇଥିଲେ। ମୁମ୍ବାଇରେ ସେ ନିଜର ଏକ ଡ୍ୟାନ୍ସ ଏକାଡେମୀ ଖୋଲିଛନ୍ତି। ସେ ପ୍ରସିଦ୍ଧ ୟୁଟ୍ୟୁବର ଭାବେ ମଧ୍ୟ କାର୍ଯ୍ୟ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri