Posted inଖେଳ

ୟୁଟ୍ୟୁବ୍‌ରୁ ଭିଡିଓ ଦେଖୁଦେଖୁ ପ୍ରେମରେ ପଡ଼ିଥିଲେ ଚହଲ: ଲକ୍‌ଡାଉନ୍‌ରେ ଆଗକୁ ବଢ଼ିଥିଲା କଥା

ନୂଆଦିଲ୍ଲୀ,୨୩।୧୨: ହାତକୁ ଦୁଇହାତ ହୋଇଛନ୍ତି ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ। ପ୍ରେମିକା ଧନଶ୍ରୀ ବର୍ମାଙ୍କୁ ବୈଦିକ ରୀତିନୀତିରେ ସେ ବିବାହ କରିଛନ୍ତି। ନିଜ ସୋସିଆଲ ମିଡିଆ ପୃଷ୍ଠାରେ ଉଭୟଙ୍କ ଏକାଧିକ ଫଟୋ ଶେୟାର କରି ଚହଲ ନିଜ ଖୁସି ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ଚାରିଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଚଳିତ ବର୍ଷ ଅଗଷ୍ଟରେ ଧନଶ୍ରୀଙ୍କ ସହ ଚହଲଙ୍କ ନିର୍ବନ୍ଧ ହୋଇଥିଲା।

ଚହଲ-ଧନଶ୍ରୀ ପ୍ରେମବିବାହ କରିଥିବା ବେଳେ ଉଭୟଙ୍କ କାହାଣୀ ବେଶ୍‌ ନିଆରା। ଗୁରୁଶିଷ୍ୟ ଭାବେ ଲକ୍‌ଡାଉନ୍‌ ବେଳେ ସେମାନେ ପରସ୍ପରକୁ ଭେଟିଥିଲେ। ଏକ ସାକ୍ଷାତକାରରେ ଧନଶ୍ରୀ କହିଥିଲେ, ଚହଲ ୟୁଟ୍ୟୁବରେ ତାଙ୍କର କିଛି ଭିଡିଓ ଦେଖିଥିଲେ। ସାରା ବିଶ୍ୱରେ ଲକ୍‌ଡାଉନ୍‌ ଚାଲିଥିବା ହେତୁ ଏହି ସମୟର ସଦୁପଯୋଗ କରିବାକୁ ଚାହୁଁଥିଲେ ଚହଲ। ଏଣୁ ସେ ନାଚ ଶିଖିବାକୁ ମନସ୍ଥ କରିଥିଲେ। ଏଥିଯୋଗୁ ଉଭୟ ନିକଟତର ହୋଇଥିଲେ। ପରେ ଏହା ନିର୍ବନ୍ଧ ଆଉ ଏବେ ବିବାହରେ ପରିଣତ ହୋଇଛି।

୨୦୧୧ରେ ଜିମ୍ବାଓ୍ବେ ବିପକ୍ଷ ଦିନିକିଆରେ ଡେବ୍ୟୁ କରିଥିଲେ ଚହଲ। ୩୦ ବର୍ଷୀୟ ଏହି ସ୍ପିନର ଭାରତୀୟ ଟିମ୍‌ରୁ ଖେଳି ୫୪ ଦିନିକିଆ, ୪୫ ଟି୨୦ ମ୍ୟାଚ୍‌ ଖେଳିସାରିଛନ୍ତି। ଦିନିକିଆରେ ୯୨ ଓ ଟି୨୦ରେ ସେ ୫୯ଟି ଉଇକେଟ ନେଇଛନ୍ତି। ଅପରପକ୍ଷେ ଧନଶ୍ରୀ ପେସାରେ ଜଣେ କୋରିଓଗ୍ରାଫର। ସେ ନିଜ ସୋସିଆଲ ପୃଷ୍ଠାରେ ନୃତ୍ୟର ଅନେକ ଭିଡିଓ ଶେୟାର କରିଛନ୍ତି। ସେ ନିଜ କମ୍ପାନୀ ମଧ୍ୟ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri