Posted inଖେଳ

ତୃତୀୟ ଟି୨୦ରେ ଇତିହାସ ରଚିପାରନ୍ତି ୟୁଜବେନ୍ଦ୍ର ଚହଲ: ବୁମରାହଙ୍କ ଏହି ବଡ ରେକର୍ଡ ଭାଙ୍ଗିବା ଉପରେ ନଜର

ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି ପାଲଟିଛନ୍ତି ୟୁଜବେନ୍ଦ୍ର ଚହଲ। ବୁମରାହଙ୍କଠାରୁ କମ୍‌ ମ୍ୟାଚ୍‌ ଖେଳିଥିଲେ ହେଁ ଏହି କୀର୍ତ୍ତିମାନ ନିଜ ନାମରେ କରିଛନ୍ତି ସେ। ପ୍ରଥମ ମ୍ୟାଚ୍‌ରେ ରବିନ୍ଦ୍ର ଜାଡେଜାଙ୍କ କନ୍‌କଶନ ସବଷ୍ଟିଚ୍ୟୁଟ ଭାବେ ପଡ଼ିଆକୁ ଓହ୍ଲାଇଥିଲେ ସେ। ହେଲେ ସେ ଉକ୍ତ ମ୍ୟାଚ୍‌ରେ ୨୫ ରନ୍‌ ଦେଇ ୩ ଉଇକେଟ ନେବା ଯୋଗୁ ମ୍ୟାନ ଅଫ ଦ ମ୍ୟାଚହୋଇଥିଲେ। ସେହିଭଳି ଦ୍ୱିତୀୟ ଟି୨୦ରେ ଗୋଟିଏ ଉଇକେଟ ନେଇ ଭାରତ ପାଇଁ ସବୁଠାରୁ ଅଧିକ ଉଇକେଟ ନେଇଛନ୍ତି ସେ। ଶେଷ ମ୍ୟାଚ୍‌ରେ ଯଦି ସେ ଭଲ ପ୍ରଦର୍ଶନ କରନ୍ତି ତେବେ ଜସପ୍ରିତ ବୁମରାହଙ୍କ ରେକର୍ଡ ମଧ୍ୟ ଭାଙ୍ଗି ପାରନ୍ତି ବୋଲି କୁହାଯାଉଛି। ଏପରି ହେଲେ ସେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ରେ ଭାରତ ପକ୍ଷରୁ ସବୁଠାରୁ ଅଧିକ ଉଇକେଟ ନେଇଥିବା ଭାରତୀୟ ଖେଳାଳି ପାଲଟିବେ।
ପ୍ରକାଶ ଯେ, ଏବେ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି୨୦ରେ ୩ଜଣ ଭାରତୀୟ ବୋଲର ୫୦ରୁ ଅଧିକ ଉଇକେଟ ନେଇଛନ୍ତି। ବୁମରାହ ଏବଂ ଚହଲଙ୍କ ବ୍ୟତିତ ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ଏହି ଉପଲବ୍ଧି ପାଇଛନ୍ତି। ଅଶ୍ୱିନ ମ୍ୟାଚ୍‌ରେ ୫୨ ଉଇକେଟ ନେଇଛନ୍ତି। ସେହିଭଳି ଚହଲ ୪୪ ମ୍ୟାଚ୍‌ରେ ଖେଳି ୫୯ ଏବଂ ବୁମରାହ ୫୦ ଟି୨୦ରେ ୫୯ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri