Posted inଖେଳ

ଚହଲଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଧନଶ୍ରୀ

ନିକଟରେ ଭାରତୀୟ ଦଳର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ଟ୍ରେଣ୍ଡରେ ଥିଲେ। ଧନଶ୍ରୀ ଇନ୍‌ଷ୍ଟାଗ୍ରାମରେ ତାଙ୍କ ନାଁରୁ ଚହଲ ସରନେମ୍‌ ହଟାଇ ଦେଇଥିଲେ। ସେପଟେ ଚହଲ ମଧ୍ୟ ଏକ ଇନ୍‌ଷ୍ଟା ଷ୍ଟାଟସରେ ଲେଖିଥିଲେ ‘ନ୍ୟୁ ଲାଇଫ୍‌ ଲୋଡିଂ’। ଏହି ପୋଷ୍ଟ ପରେ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ଖୁବ୍‌ ଚର୍ଚ୍ଚା ହୋଇଥିଲା।
ଏବେ ଏହି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ଧନଶ୍ରୀ। ସେ ଇନଷ୍ଟାଗ୍ରାମରେ ଏକ ଲମ୍ବା ଚଉଡା ପୋଷ୍ଟ କରିଛନ୍ତି। ସେ ଏହି ପୋଷ୍ଟ ମାଧ୍ୟମରେ ଲେଖିଛନ୍ତି, ଆଣ୍ଠୁରେ ଆଘାତ ହେତୁ ସେ ଆଉ ଡ୍ୟାନ୍ସ କରିପାରିବେ ନାହିଁ। ଡାକ୍ତରମାନେ କହିଛନ୍ତି ଯଦି ସେ ପୁଣି ଡ୍ୟାନ୍ସ କରିବେ ତେବେ ଅସ୍ତ୍ରୋପଚାର ଆବଶ୍ୟକ। ଅସ୍ତ୍ରୋପଚାର ବିନା ଅନ୍ୟ ବିକଳ୍ପ ନାହିଁ। ଏହି ସର୍ତ୍ତଗୁଡିକ ଅନୁକୂଳ ନ ଥିଲା, ବହୁତ ଚ୍ୟାଲେଞ୍ଜିଂ ପରିସ୍ଥିତି ଥିଲା, କିନ୍ତୁ ସ୍ବାମୀ ଚହଲଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳିଥିଲା। କଠିନ ପରିସ୍ଥିତିରେ ମୁଁ ମୋ ସ୍ବାମୀ, ପରିବାର ଏବଂ ଘନିଷ୍ଠ ବନ୍ଧୁଙ୍କ ସମର୍ଥନ ପାଇଛି। ମଝିରେ ମଝିରେ ଲୋକମାନେ ଗୁଜବ ପ୍ରଚାର କରିବାକୁ ଲାଗିଲେ, କିନ୍ତୁ ଏସବୁ ଶୁଣିବା ମୋ ପକ୍ଷେ ସହଜ ନ ଥିଲା, ମୁଁ ଭିତରେ ବହୁତ ଦୁଃଖିତ।
ଧନଶ୍ରୀ ଏବଂ ୟୁଜବେନ୍ଦ୍ର ଚହଲ ମାତ୍ର ୩ ମାସ ପରସ୍ପରକୁ ଡେଟିଂ କରିବା ପରେ ଡିସେମ୍ବର ୨୦୨୦ରେ ବିବାହ କରିଥିଲେ। ଉଭୟ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଧନଶ୍ରୀ ଜଣେ ପ୍ରସିଦ୍ଧ ୟୁଟ୍ୟୁବର୍‌ ଏବଂ କୋରିଓଗ୍ରାଫର୍‌। ଚହଲ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ସେ ଏସିଆ କପ ୨୦୨୨ରେ ଭାରତୀୟ ଦଳ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri