ଏବେ ବି ସୁଶାନ୍ତଙ୍କୁ ଭୁଲି ପାରୁନାହାନ୍ତି ଏହି କ୍ରିକେଟର୍‌

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା କରିବା ଚାରି ମାସରୁ ଅଧିକ ସମୟ ବିତିଗଲାଣି। ତାଙ୍କ ମୃତ୍ୟୁ ଘଟଣାର ତଦନ୍ତ କରୁଛି ସିବିଆଇ ଟିମ। ଏହି ସମୟରେ ଟିମ ଇଣ୍ଡିଆର କ୍ରିକେଟର ୟୁଜଭେନ୍ଦ୍ର ଚହଲ ତାଙ୍କ ମୃତ୍ୟୁକୁ ଭୁଲି ନାହାଁନ୍ତି ବୋଲି ଜଣାପଡିଛି। ସେଥିପାଇଁ ଚାରି ମାସରୁ ଅଧିକ ସମୟ ପରେ ମଧ୍ୟ ଚହଲ ଇନଷ୍ଟାଗ୍ରାମ ପ୍ରୋଫାଇଲରେ ସୁଶାନ୍ତଙ୍କ ଫଟୋ ରଖିଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ପରେ ପ୍ରାୟ ଦୁଇ ସପ୍ତାହ ଧରି ଚହଲ ତାଙ୍କୁ ମନେ ପକାଇ ପ୍ରତିଦିନ କିଛି ପୋଷ୍ଟ କରୁଥିଲେ। ଆଜିକାଲି ସେ ଆଇପିଏଲରେ ବ୍ୟସ୍ତ ଥିବାରୁ ସୁଶାନ୍ତଙ୍କ ବିଷୟରେ ଲେଖୁନାହାଁନ୍ତି କିନ୍ତୁ ସେ ତାଙ୍କର ପ୍ରୋଫାଇଲ ଫଟୋ ପରିବର୍ତ୍ତନ କରିନାହାଁନ୍ତି। ଚହଲ ଏବେ ସୁଶାନ୍ତଙ୍କ ଏକ ସ୍କେଚ ଶେୟାର କରିଛନ୍ତି। ଏହି ସ୍କେଚ୍‌ରେ ସୁଶାନ୍ତଙ୍କ ପିଠିରେ ଅନେକ ଖଣ୍ଡା ରହିଛି। ନେପୋଟିଜିମ, ଗାଳିଗୁଲଜ, ବଲିଉଡ, ନିଷେଧ, ଶୋଷଣ, ବଏକଟ ଏହି ଖଣ୍ଡା ଉପରେ ଲେଖାଯାଇଛି। ଏନେଇ ସୁଶାନ୍ତଙ୍କ ଉତ୍ତର ଥିଲା- ମୁଁ ଠିକ୍‌ ଅଛି। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଚହଲ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ଅଭିନେତାଙ୍କ ସହ ନିଜର ଏକ ପୁରୁଣା ଫଟୋ ଶେୟାର କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ନିଜର ଏକ ଫଟୋ ହଟାଇ ସୁଶାନ୍ତଙ୍କ ଫଟୋ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri