ଏବେ ବି ସୁଶାନ୍ତଙ୍କୁ ଭୁଲି ପାରୁନାହାନ୍ତି ଏହି କ୍ରିକେଟର୍‌

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା କରିବା ଚାରି ମାସରୁ ଅଧିକ ସମୟ ବିତିଗଲାଣି। ତାଙ୍କ ମୃତ୍ୟୁ ଘଟଣାର ତଦନ୍ତ କରୁଛି ସିବିଆଇ ଟିମ। ଏହି ସମୟରେ ଟିମ ଇଣ୍ଡିଆର କ୍ରିକେଟର ୟୁଜଭେନ୍ଦ୍ର ଚହଲ ତାଙ୍କ ମୃତ୍ୟୁକୁ ଭୁଲି ନାହାଁନ୍ତି ବୋଲି ଜଣାପଡିଛି। ସେଥିପାଇଁ ଚାରି ମାସରୁ ଅଧିକ ସମୟ ପରେ ମଧ୍ୟ ଚହଲ ଇନଷ୍ଟାଗ୍ରାମ ପ୍ରୋଫାଇଲରେ ସୁଶାନ୍ତଙ୍କ ଫଟୋ ରଖିଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ପରେ ପ୍ରାୟ ଦୁଇ ସପ୍ତାହ ଧରି ଚହଲ ତାଙ୍କୁ ମନେ ପକାଇ ପ୍ରତିଦିନ କିଛି ପୋଷ୍ଟ କରୁଥିଲେ। ଆଜିକାଲି ସେ ଆଇପିଏଲରେ ବ୍ୟସ୍ତ ଥିବାରୁ ସୁଶାନ୍ତଙ୍କ ବିଷୟରେ ଲେଖୁନାହାଁନ୍ତି କିନ୍ତୁ ସେ ତାଙ୍କର ପ୍ରୋଫାଇଲ ଫଟୋ ପରିବର୍ତ୍ତନ କରିନାହାଁନ୍ତି। ଚହଲ ଏବେ ସୁଶାନ୍ତଙ୍କ ଏକ ସ୍କେଚ ଶେୟାର କରିଛନ୍ତି। ଏହି ସ୍କେଚ୍‌ରେ ସୁଶାନ୍ତଙ୍କ ପିଠିରେ ଅନେକ ଖଣ୍ଡା ରହିଛି। ନେପୋଟିଜିମ, ଗାଳିଗୁଲଜ, ବଲିଉଡ, ନିଷେଧ, ଶୋଷଣ, ବଏକଟ ଏହି ଖଣ୍ଡା ଉପରେ ଲେଖାଯାଇଛି। ଏନେଇ ସୁଶାନ୍ତଙ୍କ ଉତ୍ତର ଥିଲା- ମୁଁ ଠିକ୍‌ ଅଛି। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଚହଲ ଆଶ୍ଚର୍ଯ୍ୟ ହୋଇଯାଇଥିଲେ ଏବଂ ଅଭିନେତାଙ୍କ ସହ ନିଜର ଏକ ପୁରୁଣା ଫଟୋ ଶେୟାର କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ପରେ ସେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ନିଜର ଏକ ଫଟୋ ହଟାଇ ସୁଶାନ୍ତଙ୍କ ଫଟୋ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri