Posted inଖେଳ

ସ୍ତ୍ରୀଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଚହଲ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମାଙ୍କ ମଧ୍ୟରେ ଫାଟକୁ ନେଇ ଚର୍ଚ୍ଚା ହେଉଛି। ଏହି ଚର୍ଚ୍ଚାକୁ ନେଇ ଏକ ବାର୍ତ୍ତା ଦେଇଛନ୍ତି ଚହଲ। ସେ ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସ ମାଧ୍ୟମରେ ତାଙ୍କ ପ୍ରଶଂସକମାନଙ୍କୁ ଗୁଜବ ପ୍ରତି ଧ୍ୟାନ ନ ଦେବାକୁ କହିଛନ୍ତି। ସେ ଲେଖିଛନ୍ତି, ଆମ ଅଲଗା ହେବାର ଗୁଜବକୁ ବିଶ୍ୱାସ ନ କରିବାକୁ ଅନୁରୋଧ କରାଯାଉଛି। ଦୟାକରି ଏହାକୁ ବନ୍ଦ କରନ୍ତୁ। ସମସ୍ତଙ୍କୁ ଭଲପାଇବା ଏବଂ ଶୁଭେଚ୍ଛା।
ଚହଲ ଏବଂ ତାଙ୍କ ସ୍ତ୍ରୀ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିବା ନେଇ ବେଶ୍‌ ଆଲୋଚନା ହେଉଛି। ଧନଶ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ନାମରୁ ଚହଲ ସରନେମ୍‌କୁ ହଟାଇ ଦେଇଛନ୍ତି। ଏଥିସହିତ ଚହଲ ମଧ୍ୟ ନିକଟରେ ଇନଷ୍ଟାଗ୍ରାମ ଷ୍ଟାଟସରେ ଲେଖିଥିଲେ ‘ନ୍ୟୁ ଲାଇଫ୍‌ ଲୋଡିଂ’। ଏହି ପୋଷ୍ଟ ଶେୟାର କରିବାର କିଛି ସମୟ ପରେ ସେ ଏହାକୁ ଡିଲିଟ୍‌ କରିଦେଇଥିଲେ।
ଏହାପରେ ଧନଶ୍ରୀ ମଧ୍ୟ ନିଜର ୨ଟି ଫଟୋ ଶେୟାର କରି ଲେଖିଛନ୍ତି, ଜଣେ ରାଜକୁମାରୀ ସବୁବେଳେ ନିଜ ଯନ୍ତ୍ରଣାକୁ ଶକ୍ତିରେ ବଦଳାଇ ଦିଏ। ଏହାକୁ ଲାଇକ୍‌ କରିଛନ୍ତି ଚହଲ। ସୋସିଆଲ ମିଡିଆରେ ଧନଶ୍ରୀ ଏବଂ ଚହଲଙ୍କ ପୋଷ୍ଟ ସବୁ ଦେଖିବା ପରେ ଉଭୟଙ୍କ ମଧ୍ୟରେ ସବୁ ଠିକ ନ ଥିବା ପ୍ରଶଂସକମାନେ ଅନୁମାନ କରୁଛନ୍ତି।
ଧନଶ୍ରୀ ଏବଂ ୟୁଜବେନ୍ଦ୍ର ଚହଲ ମାତ୍ର ୩ ମାସ ପରସ୍ପରକୁ ଡେଟିଂ କରିବା ପରେ ଡିସେମ୍ବର ୨୦୨୦ରେ ବିବାହ କରିଥିଲେ। ଉଭୟ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ଧନଶ୍ରୀ ଜଣେ ପ୍ରସିଦ୍ଧ ୟୁଟ୍ୟୁବର୍‌ ଏବଂ କୋରିଓଗ୍ରାଫର୍‌। ଚହଲ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ସେ ଏସିଆ କପ ୨୦୨୨ରେ ଭାରତୀୟ ଦଳ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri