ଭାରତ ବିରୋଧରେ ପୁଣି ଆପତ୍ତିଜନକ ମନ୍ତବ୍ୟ ଦେଲେ ଜାକିର, କହିଲେ ହିନ୍ଦୁମାନେ ମୋତେ…

ଇସଲାମାବାଦ,୩ା୧୦: ଭାରତରୁ ପଳାୟନ କରିଥିବା ପଳାତକ ତଥା ଇସଲାମିକ ପ୍ରଚାରକ ଜାକିର ନାଇକ ପାକିସ୍ତାନରେ ଅଛନ୍ତି। ଜାକିର ସେପ୍ଟେମ୍ବର ୩୦ରୁ ପାକିସ୍ତାନରେ ଅଛନ୍ତି ଏବଂ ସେବେଠାରୁ ସେ ବିଭିନ୍ନ ଟିଭି ଚ୍ୟାନେଲରେ ଅନେକ ଥର ଭାରତ ଏବଂ ହିନ୍ଦୁଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଚାଲିଛନ୍ତି। ଏହି ସମୟରେ ଜାକିର ବୁଧବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହେବାଜ ସରିଫଙ୍କୁ ଭେଟିଥିଲେ।

ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଜାକିର ପୁଣିଥରେ ଭାରତ ବିରୋଧରେ କଥା ହୋଇଛନ୍ତି। ସେ କହିଛନ୍ତି, ‘ହିନ୍ଦୁମାନେ ମୋତେ ଭଲ ପାଆନ୍ତି, ତେଣୁ ଭାରତ ସରକାର ମୋତେ ପସନ୍ଦ କରନ୍ତି ନାହିଁ। ‘ହିନ୍ଦୁମାନେ ଇସ୍‌ଲାମ ଗ୍ରହଣ କରିବା ଆରମ୍ଭ କଲେ, ଏହା ସରକାରଙ୍କ ଏଜେଣ୍ଡା ବିରୋଧରେ ଥିଲା ’ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତ ସରକାର ଏକ ସୁଯୋଗ ଖୋଜୁଥିବା ସେ ଅଭିଯୋଗ କରିଛନ୍ତି।

ସେ କହିଛନ୍ତି, ଯେତେବେଳେ ଢାକାରେ ଏକ ବିସ୍ଫୋରଣ ଘଟିଲା, ସେତେବେଳେ ସେ ଜାକିରଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଥିଲା। ସେ ଫେସ୍‌ବୁକରେ ଜଣେ ଅନୁଗାମୀ ଥିଲେ, କିନ୍ତୁ ମୋ’ ବିରୋଧରେ କୌଣସି ପ୍ରମାଣ ମିଳିଲା ନାହିଁ।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଭାରତରେ ଘୃଣା ଭାଷଣ ମାଧ୍ୟମରେ ଅର୍ଥ ହେରଫେର୍‌ ତଥା ଉଗ୍ରବାଦକୁ ପ୍ରୋତ୍ସାହିତ କରୁଥିବା ଜାକିରଙ୍କ ଭାଷଣକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଜାକିରଙ୍କ ଭାଷଣ ଅତ୍ୟନ୍ତ ବ୍ୟବହାରିକ ଏବଂ ପ୍ରଭାବଶାଳୀ। ଜାକିର ତାଙ୍କ ପାକିସ୍ତାନ ଗସ୍ତ ସମୟରେ କରାଚି, ଇସ୍‌ଲାମାବାଦ ଏବଂ ଲାହୋର ସମେତ ଅନେକ ସ୍ଥାନରେ ଭାଷଣ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri