ଭାରତ ବିରୋଧରେ ପୁଣି ଆପତ୍ତିଜନକ ମନ୍ତବ୍ୟ ଦେଲେ ଜାକିର, କହିଲେ ହିନ୍ଦୁମାନେ ମୋତେ…

ଇସଲାମାବାଦ,୩ା୧୦: ଭାରତରୁ ପଳାୟନ କରିଥିବା ପଳାତକ ତଥା ଇସଲାମିକ ପ୍ରଚାରକ ଜାକିର ନାଇକ ପାକିସ୍ତାନରେ ଅଛନ୍ତି। ଜାକିର ସେପ୍ଟେମ୍ବର ୩୦ରୁ ପାକିସ୍ତାନରେ ଅଛନ୍ତି ଏବଂ ସେବେଠାରୁ ସେ ବିଭିନ୍ନ ଟିଭି ଚ୍ୟାନେଲରେ ଅନେକ ଥର ଭାରତ ଏବଂ ହିନ୍ଦୁଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଚାଲିଛନ୍ତି। ଏହି ସମୟରେ ଜାକିର ବୁଧବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହେବାଜ ସରିଫଙ୍କୁ ଭେଟିଥିଲେ।

ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଜାକିର ପୁଣିଥରେ ଭାରତ ବିରୋଧରେ କଥା ହୋଇଛନ୍ତି। ସେ କହିଛନ୍ତି, ‘ହିନ୍ଦୁମାନେ ମୋତେ ଭଲ ପାଆନ୍ତି, ତେଣୁ ଭାରତ ସରକାର ମୋତେ ପସନ୍ଦ କରନ୍ତି ନାହିଁ। ‘ହିନ୍ଦୁମାନେ ଇସ୍‌ଲାମ ଗ୍ରହଣ କରିବା ଆରମ୍ଭ କଲେ, ଏହା ସରକାରଙ୍କ ଏଜେଣ୍ଡା ବିରୋଧରେ ଥିଲା ’ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତ ସରକାର ଏକ ସୁଯୋଗ ଖୋଜୁଥିବା ସେ ଅଭିଯୋଗ କରିଛନ୍ତି।

ସେ କହିଛନ୍ତି, ଯେତେବେଳେ ଢାକାରେ ଏକ ବିସ୍ଫୋରଣ ଘଟିଲା, ସେତେବେଳେ ସେ ଜାକିରଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଥିଲା। ସେ ଫେସ୍‌ବୁକରେ ଜଣେ ଅନୁଗାମୀ ଥିଲେ, କିନ୍ତୁ ମୋ’ ବିରୋଧରେ କୌଣସି ପ୍ରମାଣ ମିଳିଲା ନାହିଁ।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଭାରତରେ ଘୃଣା ଭାଷଣ ମାଧ୍ୟମରେ ଅର୍ଥ ହେରଫେର୍‌ ତଥା ଉଗ୍ରବାଦକୁ ପ୍ରୋତ୍ସାହିତ କରୁଥିବା ଜାକିରଙ୍କ ଭାଷଣକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଜାକିରଙ୍କ ଭାଷଣ ଅତ୍ୟନ୍ତ ବ୍ୟବହାରିକ ଏବଂ ପ୍ରଭାବଶାଳୀ। ଜାକିର ତାଙ୍କ ପାକିସ୍ତାନ ଗସ୍ତ ସମୟରେ କରାଚି, ଇସ୍‌ଲାମାବାଦ ଏବଂ ଲାହୋର ସମେତ ଅନେକ ସ୍ଥାନରେ ଭାଷଣ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri