୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ ସେ ଆସନ୍ତା ୨୦୩୦ ପର୍ଯ୍ୟନ୍ତ ଲାଇଭ୍ ସୋ’ରୁ ବିରତି ନେଉଥିବା ଘୋଷଣା କରିଛନ୍ତି। ହାଇଦ୍ରାବାଦରେ ଏକ ଶୋ’ ସମୟରେ ସେ ଏହି ସୂଚନା ଦେଇଛନ୍ତି।

ଜାକିରଙ୍କ ଟିମ୍‌ର ସୂଚନା ଅନୁଯାୟୀ, ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ମଞ୍ଚ ପ୍ରଦର୍ଶନରୁ ଦୂରେଇ ରହିବେ। ତାଙ୍କ କହିବା ଅନୁଯାୟୀ, ଜୁନ୍ ୨୦ ପର୍ଯ୍ୟନ୍ତ ହେବାକୁ ଥିବା ପ୍ରତିଟି ଶୋ’ ତାଙ୍କ ପାଇଁ ଏକ ଉତ୍ସବ ସଦୃଶ।

ଇନଷ୍ଟାଗ୍ରାମରେ ଏହି ନିଷ୍ପତ୍ତି ବିଷୟରେ ଜଣାଇ ସେ ଲେଖିଛନ୍ତି ଯେ, “ଏଥର ମୁଁ ଅଧିକ ସହରକୁ ଯାଇପାରିବି ନାହିଁ, ତେଣୁ ଆପଣମାନେ ଟିକେ କଷ୍ଟ କରି ଶୋ’ ଦେଖିବାକୁ ଆସନ୍ତୁ।”

ଗତବର୍ଷ ଜାକିର ନ୍ୟୁୟର୍କର ପ୍ରସିଦ୍ଧ ‘ମାଡିସନ୍ ସ୍କୋୟାର ଗାର୍ଡେନ’ରେ ହିନ୍ଦୀରେ କମେଡି ପ୍ରଦର୍ଶନ କରି ପ୍ରଥମ ଭାରତୀୟ ଭାବେ ଇତିହାସ ରଚିଥିଲେ। ୬,୦୦୦ ଦର୍ଶକଙ୍କ ସମ୍ମୁଖରେ ସେ ଏହି ସଫଳତା ପାଇଥିଲେ।

୨୦୧୨ରେ ‘ଇଣ୍ଡିଆଜ୍ ବେଷ୍ଟ ଷ୍ଟାଣ୍ଡ-ଅପ୍’ ପ୍ରତିଯୋଗିତା ଜିତିବା ପରେ ଜାକିର ଖାନ ରାତାରାତି ଲୋକପ୍ରିୟ ହୋଇଥିଲେ। ନିଜର ‘ସଖ୍ତ ଲୌଣ୍ଡା’ ଅନ୍ଦାଜ ପାଇଁ ପରିଚିତ ଜାକିରଙ୍କ ‘ହକ୍ ସେ ସିଙ୍ଗଲ୍’ ଏବଂ ‘କକ୍ଷା ଗ୍ୟାରଭି’ ଭଳି ଶୋ’ ଦର୍ଶକଙ୍କ ମଧ୍ୟରେ ବେଶ୍ ଆଦୃତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri