Posted inଜାତୀୟ

ଫିଫା ଓ୍ବାଲର୍‌ଡକପ୍‌ରେ ଜାକିର ନାଏକ

ନୂଆଦିଲ୍ଲୀ/ପଣଜୀ,୨୩।୧୧: ବିବାଦୀୟ ଇସ୍‌ଲାମୀୟ ବିଦ୍ୱାନ ଜାକିର ନାଏକଙ୍କୁ ଫିଫା ଓ୍ବାଲର୍‌ଡକପ୍‌କୁ ବକ୍ତୃତା ଦେବା ପାଇଁ କାତାର ପକ୍ଷରୁ ନିମନ୍ତ୍ରଣ କରାଯିବା ଉପରେ ଭାରତରେ ଉଦ୍‌ବେଗ ପ୍ରକାଶ ପାଇଛି। ଇଣ୍ଡିଆନ୍‌ ଫୁଟ୍‌ବଲ୍‌ ଆସୋସିଏଶନ୍‌ ଏବଂ ଖେଳ ଦେଖିବାକୁ ଯାଉଥିବା ଭାରତୀୟମାନେ ବିଶ୍ୱକପ୍‌କୁ ବର୍ଜନ କରନ୍ତୁ ବୋଲି ଭାଜପା ପକ୍ଷରୁ ଦାବି କରାଯାଇଛି।
ସହ ସମ୍ପୃକ୍ତି ଅଭିଯୋଗ ଆସିବା ପରେ ଭାରତରୁ ପଳାତନ କରିଥିବା ଜାକିର ନାଏକଙ୍କୁ ଭାଷଣ ଦେବା ପାଇଁ ଆୟୋଜକ ରାଷ୍ଟ୍ର କାତାର ଫିଫା ଓ୍ବାଲର୍‌ଡ କପ୍‌କୁ ନିମନ୍ତ୍ରଣ କରିଥିଲା। ବିଶ୍ୱ ଆତଙ୍କବାଦର ମୁକାବିଲା ପାଇଁ ଲଢ଼େଇ କରୁଥିବାବେଳେ ତାଙ୍କୁ ଏହି ବିଶ୍ୱମଞ୍ଚରେ ସୁଯୋଗ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଭାଜପା ନେତା ସାଭିଓ ରୋଡ୍ରିଗୁଏସ୍‌ କହିଛନ୍ତି। ଏହି ପ୍ରସଙ୍ଗ ବିବାଦୀୟ ହେବା ପରେ କେନ୍ଦ୍ର ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି, ଭାରତ କାତାରକୁ କଡ଼ା ଭାଷାରେ ନିଜ ଆପତ୍ତି ଜଣାଇବ।
ପ୍ରକାଶ ଯେ, ଜାକିର ଭାରତ ଓ ବିଦେଶର ଅନେକ ମୁସଲମାନ ଯୁବକଙ୍କୁ ଆତଙ୍କବାଦ କାର୍ଯ୍ୟକଳାପରେ ସମ୍ପୃକ୍ତ ରହିବା ପାଇଁ ଉସୁକାଉଥିବା ନେଇ ପୂର୍ବରୁ ଜଣାପଡ଼ିଥିଲା। ଗୁଜରାଟ, କର୍ନାଟକ, ଜମ୍ମୁ-କଶ୍ମୀର, ଝାଡ଼ଖଣ୍ଡ, କେରଳ, ମହାରାଷ୍ଟ୍ର ଓ ଓଡ଼ିଶାରେ ତାଙ୍କ ଅନୁଗାମୀ ଥିବା କୁହାଯାଉଛି। ଜାକିର ୨୦୧୬ରେ ଭାରତରୁ ମାଲେସିଆ ପଳାୟନ କରିଥିଲେ। ସେଠାରେ ତାଙ୍କୁ ସ୍ଥାୟୀ ବାସିନ୍ଦା ହେବା ପାଇଁ ତତ୍କାଳୀନ ପ୍ରଧାନମନ୍ତ୍ରୀ ମହାଥିର ମହମ୍ମଦ ଅନୁମତି ଦେଇଥିଲେ। ଜାକିରଙ୍କୁ ପ୍ରତ୍ୟର୍ପଣ କରିବା ପାଇଁ ମାଲେସିଆ ସରକାରଙ୍କୁ ଭାରତ ଅନୁରୋଧ କରିଥିଲା। ଅନ୍ୟ ଧର୍ମଗୁଡ଼ିକ ବିରୋଧରେ ଘୃଣା ମନ୍ତବ୍ୟ ଦେବା ଅଭିଯୋଗରେ ବ୍ରିଟେନ ଓ କାନାଡା ମଧ୍ୟ ଜାକିରଙ୍କ ଉପରେ ନିଷେଧାଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?