ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ ଘଟଣାକୁ ନେଇ ଚେତାବନୀ ଦେଲା ଆଇଏଇଏ

ଭିଏନା,୪ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ନବମ ଦିନରେ ପହଞ୍ଚିଥିବା ବେଳେ ବେଳକୁ ବେଳ ଏହା ଭୟଙ୍କର ରୂପ ଧାରଣ କରୁଛି । ୟୁକ୍ରେନର ପ୍ରାୟ ସବୁ ବଡ ବଡ ସହର ଏବେ ଧ୍ୱଂସ ସ୍ତୁପରେ ପରିଣତ ହୋଇଥିବା ବେଳେ ସାଧାରଣ ନାଗରିକଙ୍କ କୁଢ କୁଢ ମୃତଦେହ ବିଶ୍ୱକୁ ସ୍ତବ୍ଧ କରି ଦେଇଛି । ଏହାରି ଭିତରେ ୟୁକ୍ରେନରେ ଥିବା ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆ ଲାଗି ଯାଇଥିବା ସୂଚନା ମିଳିଛି ।
ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହାର ଏକ ଭିଡିଓ ଜାରି କରାଯାଇଛି । ଏଥିରେ ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜପୋରିଝିଆରେ ନିଆଁ ଲାଗିଥିବା ଦୃଶ୍ୟମାନ ହୋଇଛି । ରୁଷିଆ ପକ୍ଷରୁ ଆକ୍ରମଣ ପରେ ଏହାର ଚାରିପଟରେ ନିଆଁ ଲାଗି ଯାଇଛି । ତେବେ ଏଥିରେ ଯଦି ବିସ୍ଫୋରଣ ହେଲା ତେବେ ଏହା ଚେର୍ନୋବିଲଠାରୁ ୧୦ ଗୁଣା ଅଧିକ ହେବ ବୋଲି କୁହାଯାଇଛି । ଜପୋରିଝିଆ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ବିସ୍ଫୋରଣକୁ ଦୃଷ୍ଟିରେ ରଖି ଇଣ୍ଟରନ୍ୟାଶନାଲ ଆଟୋମିକ ଏନର୍ଜି ଏଜେନ୍ସି ବା ଅନ୍ତରାଷ୍ଟ୍ରୀୟ ପରମାଣୁ ଉର୍ଜା ଏଜେନ୍ସି(ଆଇଏଇଏ) ପକ୍ଷରୁ ଚେତାବନୀ ଜାରି କରଯାଇଛି । ଆଇଏଇଏର ମହାନିର୍ଦ୍ଦେଶକ ରାଫେଲ ମାରିୟାନୋ ଗ୍ରାଁସି ଏହାକୁ ନେଇ ୟୁକ୍ରେନର ପ୍ରଧାନମନ୍ତ୍ରୀ ଡେନିସ ଶ୍ୟାମଗଲ ଓ ୟୁକ୍ରେନ ପରମାଣୁ ନିୟାମକ ଓ ଅପରେଟରଙ୍କ ସହ କଥା ହୋଇଛନ୍ତି । ସେ ରୁଷିଆକୁ ବଳ ପ୍ରୟୋଗ କରିବାରୁ ଦୂରେଇ ରହିବା କଥା କହିଥିବା ବେଳେ ରିଆକ୍ଟରରେ ବିସ୍ଫୋରଣ ହେଲେ ଗୁରୁତର କ୍ଷତିର ଚେତାବନୀ ଦେଇଛନ୍ତି । ଆଇଏଇଏ ଟୁଇଟ କରି ଏହି ଚେତାବନୀ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri