ଜରା ଆଖୋଁ ମେ ଭରଲୋ ପାନି…

ମୁମ୍ବାଇ, ୬।୨ : ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ୯୨ ବର୍ଷରେ ପରଲୋକ ଘଟିଛି। ସରସ୍ବତୀ ପୂଜାର ଗୋଟିଏ ଦିନ ପରେ ସ୍ବର ସାମ୍ରାଜ୍ଞୀ ଅଜଣା ରାଇଜକୁ ବାହୁଡ଼ି ଯାଇଛନ୍ତି।  ମୁମ୍ବାଇ ସ୍ଥିତ ବ୍ରିଜ୍‌ କ୍ୟାଣ୍ଡି ହସ୍ପିଟାଲରେ ୨୮ ଦିନ ଧରି ସେ ଚିକିତ୍ସିତ ହେଉଥିଲେ। ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଜାନୁୟାରୀ ୮ରେ ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଇସିୟୁରେ ରଖାଯାଇଥିଲା। ସୁସ୍ଥ ହେବାରୁ ତାଙ୍କୁ ଭେଣ୍ଟିଲେଟରରୁ ବାହାରକୁ ଅଣାଯାଇଥିଲା। ତେବେ ପୁଣି ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଡାକ୍ତର ପ୍ରତୀତ ସମଦାନିିଙ୍କ ଟିମ୍‌ ଲତାଙ୍କ ଚିକିତ୍ସା କରୁଥିଲେ। ତେବେ ଶେଷରେ ଲତା ସମସ୍ତଙ୍କୁ ଛାଡି ଚାଲିଯାଇଛନ୍ତି।
ଲତାଙ୍କ ଦ୍ୱାରା ଗାନ କରାଯାଇଥିବା ଗୀତ ମଧ୍ୟରେ ଏ ମେରେ ଓ୍ବତନ୍‌ କି ଲୋଗୋ, ଜରା ଆଖୋଁ ମେ ଭର୍‌ ଲୋ ପାନି… ବେଶ୍‌ ଲୋକପ୍ରିୟ ଥିଲା। ଏହି ଗୀତକୁ ୧୯୬୩ରେ କବି ପ୍ରଦୀପ ଲେଖିଥିଲେ। ୫୮ ବର୍ଷ ତଳେ ଲତା ଏହାକୁ ପ୍ରଥମେ ଗାନ କରିଥିଲେ। ଏହା ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଜବାହର ଲାଲ୍‌ ନେହେରୁଙ୍କର ପସନ୍ଦର ଗୀତ ଥିଲା।
ସେହିପରି ଅନ୍ୟ ଲୋକପ୍ରିୟ ଗୀତ ମଧ୍ୟରେ ତୁ ଯାହାଁ ଯାହାଁ ଚଲେଗା ମେରା ସାୟା ସାଥ ହୋଗା… ରହିଛି। ଆଜି ଲତା ନାହାନ୍ତି। କିନ୍ତୁ ତାଙ୍କର ଏସବୁ ଗୀତ ଦେଶବାସୀଙ୍କୁ ଭାବୁକ କରୁଛି।
୧୯୨୯ ସେପ୍ଟେମ୍ବର ୨୮ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ୧୯୪୨ରୁ ସେ ସଙ୍ଗୀତ କ୍ଷେତ୍ରରେ ମାତ୍ର ୧୩ ବର୍ଷ ବୟସରେ ନିଜର ଯାତ୍ରା ଆରମ୍ଭ କରିଥିଲେ। ୧୯୬୯ରେ ତାଙ୍କୁ ପଦ୍ମ ଭୁଷଣ ସମ୍ମାନ ପ୍ରଦାନ କରାଯାଇଥିଲା। ୧୯୮୯ରେ ଲତା ଦାଦା ସାହେବ ଫାଲକେ ସମ୍ମାନରେ ସମ୍ମାନୀତ ହୋଇଥିଲେ। ୧୯୯୯ରେ ତାଙ୍କ ପଦ୍ମ ବିଭୁଷଣ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିପରି ୨୦୦୧ରେ ଭାରତର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନରେ ସମ୍ମାନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?