ଜୀ-ସାର୍ଥକର ‘ନାଲିବିନ୍ଦୁ’ ଅଭିଯାନ ପୁରସ୍କୃତ

ଭୁବନେଶ୍ୱର,୩୦।୪: ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ସଚେତନତାଭିତ୍ତିକ କାର୍ଯ୍ୟ ‘ନାଲିବିନ୍ଦୁ’ ନିକଟରେ ପୁରସ୍କୃତ ହୋଇଛି। ବିଶେଷକରି ଗତ ରଜରେ ମାସିକ ଋତୁସ୍ରାବ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ତଥା ସମାଜରେ ସଚେତନତା ସୃଷ୍ଟି କରିବା ପାଇଁ ଚ୍ୟାନେଲ ପକ୍ଷରୁ ଏକ ଅଭିନବ ପ୍ରୟାସ ‘ନାଲିବିନ୍ଦୁ’ ଅଭିଯାନର ଆରମ୍ଭ କରାଯାଇଥିଲା। ଉକ୍ତ ଅଭିଯାନଟି ‘ପ୍ରୋମାକ୍ସ ଇଣ୍ଡିଆ ରିଜିଓନାଲ ଆୱାର୍ଡ-୨୦୨୩’ ବର୍ଷର ୨ଟି କ୍ୟାଟେଗୋରିରେ ମନୋନୀତ ହୋଇ ପୁରସ୍କୃତ ହୋଇଛି। ଉଲ୍ଲେଖଯୋଗ୍ୟ, ଜାତୀୟ ସ୍ତରରେ ଜନସେବା କ୍ୟାଟେଗୋରି ଓ ମୋଷ୍ଟ ଆଉଟଷ୍ଟାଣ୍ଡିଂ ମାର୍କେଟିଂ ଇନିସିଏଟିଭ କ୍ୟାଟେଗୋରିରେ ସର୍ବାଧିକ ଭୋଟ ସହ ୨ଟି ଗୋଲ୍ଡ ପାଇ ରାଜ୍ୟ ପାଇଁ ଗୌରବ ହାସଲ କରିଛି। ବିଶେଷକରି ଜୀ-ସାର୍ଥକର ଚିଫ୍‌ କ୍ଲଷ୍ଟର ହେଡ୍‌ ସମ୍ରାଟ ଘୋଷ ଏବଂ ଚ୍ୟାନେଲ ହେଡ୍‌ ପ୍ରତୀକ ସିଲ୍‌ଙ୍କର ବିଶେଷ ଆଗ୍ରହ ଓ ତତ୍ତ୍ୱାବଧାନରେ ଏହି ଅଭିଯାନଟି ସଫଳ ହୋଇଛି ବୋଲି ଜୀ-ସାର୍ଥକ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ‘ପ୍ରୋମାକ୍ସ ଇଣ୍ଡିଆ ରିଜିଓନାଲ ଆୱାର୍ଡ’ ଆଞ୍ଚଳିକ ସ୍ତରରେ ଜନସେବା ଉଦ୍ଦେଶ୍ୟରେ ହେଉଥିବା ଅଭିଯାନ ସମୂହକୁ ଜାତୀୟ ସ୍ତରରେ ସମ୍ମାନିତ କରିଥାଏ। ଉଲ୍ଲେଖଯୋଗ୍ୟ, ଗତ ବର୍ଷ ରଜପର୍ବରେ ଜୀ-ସାର୍ଥକ ପକ୍ଷରୁ ମାସିକ ଋତୁସ୍ରାବଜନିତ ସ୍ବଚ୍ଛତା ବିଷୟରେ ମହିଳାଙ୍କୁ ଶିକ୍ଷା ଦେବା ସହ ଉକ୍ତ ଘଟଣା ବିଷୟରେ ଥିବା ସମସ୍ତ ଅଭ୍ୟାସ ମନେରଖିବା ପାଇଁ ‘ନାଲି ବିନ୍ଦୁ’ ଅଭିଯାନ ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri