ଅକ୍ଟୋବର ୩ରୁ ଜୀ-ସାର୍ଥକର ମେଗା ସିରିଏଲ ‘ସାଥୀରେ’

ଭୁବନେଶ୍ୱର,୨୭।୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନଭିତ୍ତିକ ଚ୍ୟାନେଲ ଜୀ- ସାର୍ଥକରେ ଆଉ ଏକ ନୂଆ ମେଗା ଧାରାବାହିକ ‘ସାଥୀରେ’ ଆସୁଅଛି। ସୋମବାର ସ୍ଥାନୀୟ ଅଶୋକନଗରଠାରେ ‘ସାଥୀରେ’ର ପୋଷ୍ଟର ରିଲିଜ ସାଙ୍ଗକୁ ସିରିଏଲ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ସିରିଏଲ ଆସନ୍ତା ଅକ୍ଟୋବର ୩ତାରିଖଠାରୁ ପ୍ରତି ସୋମବାରରୁ ଶନିବାର ରାତି ୮ଟାରେ ପ୍ରସାରିତ ହେବ ବୋଲି ଜୀ-ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଏହି ସିରିଏଲ କାହାଣୀର ମୁଖ୍ୟ ଚରିତ୍ରରେ ଧାରା ଓ ଅମ୍ବର ନଜରକୁ ଆସିଛନ୍ତି। ଚୁଲବୁଲି ଅଭିନେତ୍ରୀ ଅନନ୍ୟାଙ୍କୁ ମୁଖ୍ୟ ଭୂମିକା ଧାରା ଚରିତ୍ରରେ ଦେଖିବାକୁ ମିଳିଥିବା ବେଳେ ନବାଗତ ଅଭିଜିତ ଅମ୍ବର ଭୂମିକାରେ ଅଭିନୟ କରିଛନ୍ତି। ଉକ୍ତ କାହାଣୀରେ ଧାରା ଚୁଲବୁଲି ଚରିତ୍ରଟିଏ, ଯିଏ ପ୍ରତ୍ୟେକ ପରିସ୍ଥିତିକୁ ସାହସର ସହ ମୁକାବିଲା କରେ। ସେ ଖୁସି ଓ ଭାଗ୍ୟଶାଳୀ ଝିଅଟି, ଯିଏ କାନ୍ଦିବା ଶିଖିନି ବରଂ ହସି ହସି ସବୁ ସମସ୍ୟାର ସମାଧାନ କରିଦିଏ। ଆଉ ଅମ୍ବର ଜଣେ ସଫଳ ବ୍ୟବସାୟୀ ଏବଂ ନିଜ ଲକ୍ଷ୍ୟପଥରେ ପହଞ୍ଚିବାରେ ସବୁବେଳେ ବ୍ୟସ୍ତ, ଏହି ସଫଳ ବ୍ୟବସାୟୀଙ୍କ ମତରେ ମହିଳାମାନେ ସଫଳତା ରାସ୍ତାରେ ବାଧକ ହୋଇଥାନ୍ତି। ଏପରିକି ଦୁହେଁ ଦୁହିଁଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ, ଏମାନଙ୍କ ଭିତରେ କ’ଣ ପ୍ରେମ ସମ୍ଭବ ହୋଇପାରେ, କ’ଣ ସତରେ ଅମ୍ବର ଓ ଧାରା ଏକାଠି ହୋଇପାରିବେ। ଏହାକୁ ନେଇ ଧାରାବାହିକ ‘ସାଥୀରେ’ ଆଗକୁ ବିଢିଛି ଓ ଅନେକ କିଛି ଏଥିରେ ଦେଖିବାକୁ ମିଳିଛି। ପୂର୍ବରୁ ଜୀ-ସାର୍ଥକର ପ୍ରତିଟି ମେଗା ଧାରାବାହିକକୁ ଦର୍ଶକୀୟ ଆଦୃତି ମିଳିଛି। ଏଥର ବି ଏହି ନୂଆ ଧାରାବାହିକ ‘ସାଥୀରେ’କୁ ଓଡ଼ିଆ ଦର୍ଶକ ନିଶ୍ଚିତ ଭଲପାଇବେ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ଆସନ୍ତା ଅକ୍ଟୋବର ୩ ତାରିଖଠାରୁ ସୋମବାରରୁ ଶନିବାର ରାତି ୮ଟାରେ ଏହି ମେଗା ଧାରାବାହିକ ପ୍ରସାରିତ ହେବ ବୋଲି ଜୀ-ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri