ଅକ୍ଟୋବର ୩ରୁ ଜୀ-ସାର୍ଥକର ମେଗା ସିରିଏଲ ‘ସାଥୀରେ’

ଭୁବନେଶ୍ୱର,୨୭।୯: ରାଜ୍ୟର ପ୍ରମୁଖ ଓଡ଼ିଆ ମନୋରଞ୍ଜନଭିତ୍ତିକ ଚ୍ୟାନେଲ ଜୀ- ସାର୍ଥକରେ ଆଉ ଏକ ନୂଆ ମେଗା ଧାରାବାହିକ ‘ସାଥୀରେ’ ଆସୁଅଛି। ସୋମବାର ସ୍ଥାନୀୟ ଅଶୋକନଗରଠାରେ ‘ସାଥୀରେ’ର ପୋଷ୍ଟର ରିଲିଜ ସାଙ୍ଗକୁ ସିରିଏଲ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉକ୍ତ ସିରିଏଲ ଆସନ୍ତା ଅକ୍ଟୋବର ୩ତାରିଖଠାରୁ ପ୍ରତି ସୋମବାରରୁ ଶନିବାର ରାତି ୮ଟାରେ ପ୍ରସାରିତ ହେବ ବୋଲି ଜୀ-ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଏହି ସିରିଏଲ କାହାଣୀର ମୁଖ୍ୟ ଚରିତ୍ରରେ ଧାରା ଓ ଅମ୍ବର ନଜରକୁ ଆସିଛନ୍ତି। ଚୁଲବୁଲି ଅଭିନେତ୍ରୀ ଅନନ୍ୟାଙ୍କୁ ମୁଖ୍ୟ ଭୂମିକା ଧାରା ଚରିତ୍ରରେ ଦେଖିବାକୁ ମିଳିଥିବା ବେଳେ ନବାଗତ ଅଭିଜିତ ଅମ୍ବର ଭୂମିକାରେ ଅଭିନୟ କରିଛନ୍ତି। ଉକ୍ତ କାହାଣୀରେ ଧାରା ଚୁଲବୁଲି ଚରିତ୍ରଟିଏ, ଯିଏ ପ୍ରତ୍ୟେକ ପରିସ୍ଥିତିକୁ ସାହସର ସହ ମୁକାବିଲା କରେ। ସେ ଖୁସି ଓ ଭାଗ୍ୟଶାଳୀ ଝିଅଟି, ଯିଏ କାନ୍ଦିବା ଶିଖିନି ବରଂ ହସି ହସି ସବୁ ସମସ୍ୟାର ସମାଧାନ କରିଦିଏ। ଆଉ ଅମ୍ବର ଜଣେ ସଫଳ ବ୍ୟବସାୟୀ ଏବଂ ନିଜ ଲକ୍ଷ୍ୟପଥରେ ପହଞ୍ଚିବାରେ ସବୁବେଳେ ବ୍ୟସ୍ତ, ଏହି ସଫଳ ବ୍ୟବସାୟୀଙ୍କ ମତରେ ମହିଳାମାନେ ସଫଳତା ରାସ୍ତାରେ ବାଧକ ହୋଇଥାନ୍ତି। ଏପରିକି ଦୁହେଁ ଦୁହିଁଙ୍କଠାରୁ ସମ୍ପୂର୍ଣ୍ଣ ଭିନ୍ନ, ଏମାନଙ୍କ ଭିତରେ କ’ଣ ପ୍ରେମ ସମ୍ଭବ ହୋଇପାରେ, କ’ଣ ସତରେ ଅମ୍ବର ଓ ଧାରା ଏକାଠି ହୋଇପାରିବେ। ଏହାକୁ ନେଇ ଧାରାବାହିକ ‘ସାଥୀରେ’ ଆଗକୁ ବିଢିଛି ଓ ଅନେକ କିଛି ଏଥିରେ ଦେଖିବାକୁ ମିଳିଛି। ପୂର୍ବରୁ ଜୀ-ସାର୍ଥକର ପ୍ରତିଟି ମେଗା ଧାରାବାହିକକୁ ଦର୍ଶକୀୟ ଆଦୃତି ମିଳିଛି। ଏଥର ବି ଏହି ନୂଆ ଧାରାବାହିକ ‘ସାଥୀରେ’କୁ ଓଡ଼ିଆ ଦର୍ଶକ ନିଶ୍ଚିତ ଭଲପାଇବେ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ଆସନ୍ତା ଅକ୍ଟୋବର ୩ ତାରିଖଠାରୁ ସୋମବାରରୁ ଶନିବାର ରାତି ୮ଟାରେ ଏହି ମେଗା ଧାରାବାହିକ ପ୍ରସାରିତ ହେବ ବୋଲି ଜୀ-ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri