ପୁଟିନ୍‌ଙ୍କୁ ଆତଙ୍କବାଦୀ କହିଲେ ଜେଲେନସ୍କି…

କ୍ୱିଭ୍‌, ୨୯।୬ : ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଜୁନ ୨୭ରେ, ରୁଷିଆର କ୍ଷେପଣାସ୍ତ୍ରଗୁଡ଼ିକ ୟୁକ୍ରେନର କ୍ରେମେନଚୁକ ସହରର ଏକ ଶପିଂ ସେଣ୍ଟରକୁ ଧ୍ୱଂସ କରିଦେଇଥିଲା। ଯେତେବେଳେ ସେଠାରେ ଶତାଧିକ ଲୋକ ଥିଲେ। ଏହି ଆକ୍ରମଣରେ ୧୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ବହୁ ଲୋକ ଆହତ ହୋଇଛନ୍ତି। ଏହି ଆକ୍ରମଣ ପରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆତଙ୍କବାଦୀ ହୋଇଯାଇଛନ୍ତି।

ଜାତିସଂଘ ସୁରକ୍ଷା ପରିଷଦକୁ ଏକ ଭିଡିଓ ବାର୍ତ୍ତାରେ ଜେଲେନସ୍କି କହିଛନ୍ତି ଯେ ରୁଷିଆ ବିରୋଧରେ ନ୍ୟାୟିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଯାହା ଦ୍ୱାରା ଆତଙ୍କବାଦୀ କାର୍ଯ୍ୟକଳାପରୁ ଏହାକୁ ବନ୍ଦ କରାଯାଇପାରିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ ରୁଷିଆର ହତ୍ୟାକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି।

ଜେଲେନସ୍କି କହିଛନ୍ତି ଯେ ମିଳିତ ଜାତିସଂଘ ୟୁକ୍ରେନକୁ ଏକ ପ୍ରତିନିଧି ଦଳ ପଠାଇବା ଉଚିତ। ଯାହା ଦ୍ୱାରା ଅଧିକାରୀମାନେ ନିଶ୍ଚିତ କରିପାରିବେ ଯେ କ୍ରେମେନଚୁକରେ ହୋଇଥିବା କ୍ଷେପଣାସ୍ତ୍ର ଆକ୍ରମଣ ପ୍ରକୃତରେ ରୁଷିଆର ଆକ୍ରମଣ ଥିଲା। ରୁଷିଆର ସୈନ୍ୟବାହିନୀ ଏହି ମଲକୁ ଟାର୍ଗେଟ କରାଯାଇ ନଥିବା କହିବା ପରେ ଜେଲେନେସ୍କି ଏଭଳି କହିଛନ୍ତି। ପୁଟିନଙ୍କୁ ଆତଙ୍କବାଦୀ ବୋଲି ଉଲ୍ଲେଖ କରି ସେ କହିଛନ୍ତି ଯେ ସପ୍ତାହରେ ସାତ ଦିନ ଆତଙ୍କବାଦୀ ଭାବେ ଆକ୍ରମଣ କରାଯାଉଛି। ପ୍ରତିଦିନ ଏଭଳି ଆତଙ୍କବାଦୀ କାର୍ଯ୍ୟ ଯୋଗୁ ବହୁ ଧନଜୀବନ ହାନୀ ହେଉଛି।

ମିଳିତ ଜାତିସଂଘର ଚାର୍ଟରର ଧାରା ୬ ଅନୁଯାୟୀ ଜେଲେନସ୍କି ଦର୍ଶାଇଛନ୍ତି ଯେ ବିଦ୍ୟମାନ ଚାର୍ଟରରେ ଅନ୍ତର୍ଭୁକ୍ତ ନୀତିକୁ ଉଲ୍ଲଂଘନ କରୁଥିବା ଜଣେ ସଦସ୍ୟଙ୍କୁ ସୁରକ୍ଷା ପରିଷଦର ସୁପାରିଶ କ୍ରମେ ସାଧାରଣ ସଭା ଦ୍ୱାରା ସଂଗଠନରୁ ବହିଷ୍କାର କରାଯାଇପାରେ। ତେବେ ବିଶେଷଜ୍ଞମାନେ କହିଛନ୍ତି ଯେ ଜାତିସଂଘ ସୁରକ୍ଷା ପରିଷଦରୁ ରୁଷିଆକୁ ହଟାଯାଇପାରିବ ନାହିଁ କାରଣ ଏହା ପରିଷଦର ସ୍ଥାୟୀ ସଦସ୍ୟ ଏବଂ ଏହାର ଭିଟୋ କ୍ଷମତା ମଧ୍ୟ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri